Masthead

୫୩ ବର୍ଷ ପରେ ୧୩ଦିନ ଅଣସର ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଏଥର ଦୁଇ ଦିନ ହୋଇପାରେ ଗୁଣ୍ଡିଚା ଯାତ୍ରା । ୧୩ଦିନ ଅଣସରରେ ରହିବେ ଶ୍ରୀଜିଉ । ୧୫ଦିନ ବଦଳରେ ୧୩ ଦିନ ଅଣସରରେ ରହିବେ ମହାପ୍ରଭୁ । ୫୩ ବର୍ଷ ପରେ ଚଳିତ ଥର ୧୩ ଦିନ ପଡୁଛି ଅଣସର ନୀତି । ଠାକୁର ନବଯୌବନ ହେବେ ସତ କିନ୍ତୁ ଦର୍ଶନ ମିଳିବନି । ସମୟ ଅଭାବ ଓ ନୀତି ଶୃଙ୍ଖଳା ପାଇଁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଥିବା ସୂଚନା ମିଳିଛି ।

ଗୋଟିଏ ଦିନରେ ନେତ୍ରୋତ୍ସବ, ପହଣ୍ଡି ଲାଗି ସେନାପଟା ଓ କୁସୁମି ଲାଗି ଥିବାରୁ ଚିନ୍ତାରେ ପଡ଼ିଛନ୍ତି ସେବାୟତ । ଏଭଳି ସ୍ଥିତିରେ ଗୋଟିଏ ଦିନରେ ରଥଯାତ୍ରା କରିବା ସମ୍ଭବ ନୁହେଁ ବୋଲି ମତ ଦେଇଛନ୍ତି ସେବାୟତ । ତେଣୁ ୧୯୭୧ ମସିହା ଆଧାରରେ ନୀତିକାନ୍ତି କରିବାକୁ ଯୋଜନା କରାଯାଉଛି । ଚଳିତ ରଥଯାତ୍ରାକୁ ଶୃଙ୍ଖଳିତ କରିବାକୁ ଦୁଇଟି ବୈଠକରେ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି । ପ୍ରଥମେ ନୀତି ସବ କମିଟି ବୈଠକରେ ରାଜେନ୍ଦ୍ରଭିଷେକଠାରୁ ସ୍ନାନ ପୂର୍ଣ୍ଣିମା ଯାଏ ନୀତି ନିର୍ଘଣ୍ଟ ହୋଇଛି । ଏହାପରେ ଛତିଶା ନିଯୋଗ ବୈଠକରେ ନୀତି ନିର୍ଘଂଟ ନେଇ ଆଲୋଚନା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା