Masthead

ଓଡ଼ିଶାର ପୂର୍ବତନ ରାଜ୍ୟପାଳ ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାର ପୂର୍ବତନ ରାଜ୍ୟପାଳ ତଥା ବିଶିଷ୍ଟ ରାଜନେତା ମୁରଲୀଧର ଚନ୍ଦ୍ରକାନ୍ତ ଭଣ୍ଡାରେଙ୍କ ପରଲୋକ । ୯୫ ବର୍ଷ ବୟସରେ ତାଙ୍କର ପରଲୋକ ଘଟିଛି । ଓଡ଼ିଶାର ଅନ୍ୟତମ ଲୋକପ୍ରିୟ ରାଜ୍ୟପାଳ ଭାବେ ପରିଚିତ ଚନ୍ଦ୍ରକାନ୍ତ ଭଣ୍ଡାରେ ୨୧ ଅଗଷ୍ଟ ୨୦୦୭ରୁ ୯ମାର୍ଚ୍ଚ ୨୦୧୩ ପର୍ୟ୍ୟନ୍ତ ଓଡ଼ିଶାର ରାଜ୍ୟପାଳ ଭାବେ କାର୍ୟ୍ୟଭାର ସମ୍ଭାଳିଥିଲେ । ୧୦ ଡିସେମ୍ବର ୧୯୨୮ ମସିହାରେ ଜନ୍ମିତ ଏହି ବିଶିଷ୍ଟ ରାଜନେତା କଂଗ୍ରେସ ସମର୍ଥନରେ ମହାରାଷ୍ଟ୍ରରୁ ରାଜ୍ୟସଭାକୁ ୧୯୮୦ରୁ ୧୯୯୪ ମଧ୍ୟରେ ରାଜ୍ୟସଭାକୁ ଯାଇଥିଲେ ।

ଏଥି ସହିତ ଭଣ୍ଡାରେ ସୁପ୍ରିମକୋର୍ଟ ବାର ଆସୋସିଏସନର ଦୁଇଥର ସଭାପତି ମଧ୍ୟ ହୋଇଥିଲେ । ପୂର୍ବତନ ରାଜ୍ୟପାଳଙ୍କ ବିୟୋଗରେ ରାଜ୍ୟପାଳ ରଘୁବାର ଦାସଙ୍କ ସମେତ ମୁଖ୍ୟମନ୍ତ୍ରୀ ମୋହନ ଚରର ମାଝୀ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅନ୍ୟାନ୍ୟ ରାଜନେତା ମାନେ ମଧ୍ୟ ଶୋକପ୍ରକାଶ କରିବା ସହିତ ଓଡ଼ିଶା ସହିତ ଯୋଡ଼ି ହୋଇ ରହିଥିବା ତାଙ୍କ ସ୍ମୃତିକୁ ମନେ ପକାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ହୀରାକୁଦରେ ଖୋଲିଲା ୧୪ ଗେଟ୍ 🔴 ରଥରେ ଅଣସେବାୟତ ପ୍ରବେଶ, ଆକ୍ସନ ମୋଡରେ ପ୍ରଶାସନ 🔴 ଝଡ଼ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ