Masthead

କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଦିନକ ପରେ ତାତିରୁ ମିଳିବ ଆଶ୍ୱସ୍ତି । କାଲିଠୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ ବୋଲି ପାଣିପାଗ ବିଭାଗ ଆକଳନ କରିଛି । ମୌସୁମୀ ବାୟୁ ଏବେ କୋରାପୁଟ ଓ ମାଲକାନଗିରିରେ ସକ୍ରିୟ ଥିବା ବେଳେ ଏବେ ଏହା ଆଗକୁ ବଢିବା ପାଇଁ ପାଗ ଅନୁକୂଳ ରହିଛି । ଆଜି ଉପକୂଳ ଓଡ଼ିଶା ସହିତ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ କାଳବୈଶାଖି ପ୍ରଭାବରେ ବର୍ଷା ସମ୍ଭାବନା ରହିଛି । ଏହି ସମୟରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ମଧ୍ୟ ଆଶଙ୍କା ରହିଛି । ଆସନ୍ତା ୧୭ ତାରିଖରୁ ରାଜ୍ୟରେ ବଡ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବିଶେଷ କରି ଉତ୍ତର ଉପକୂଳ ସହ ଦକ୍ଷିଣ ଓଡ଼ିଶାରେ କାଳବୈଶାଖୀ ବର୍ଷା ହେବ । ୧୯ ତାରିଖରେ ଗଞ୍ଜାମ, ଗଜପତି, କନ୍ଧମାଳ, ରାୟଗଡା, କୋରାପୁଟ ଏବଂ ମାଲକାନଗିରିରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଳବୈଶାଖୀ ବର୍ଷା ହେଲେ ବି ବାଲେଶ୍ବର, କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର, ସୋନପୁର, ବୌଦ୍ଧ, ବଲାଙ୍ଗିର ଏବଂ ନୂଆପଡାରେ ଗ୍ରୀଷ୍ମପ୍ରବାହ ନେଇ ୟେଲୋ ଆଲର୍ଟ ଜାରି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ