Masthead

ଲୋକସଭା ବାଚସ୍ପତି ଓ ଉପବାଚସ୍ପତି ପଦକୁ ନେଇ NDAର ମାନସ ମନ୍ଥନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ବାଚସ୍ପତି ଓ ଉପବାଚସ୍ପତି ପଦକୁ ନେଇ ଏନଡିଏର ମାନସ ମନ୍ଥନ । ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ଦିଲ୍ଲୀ ସ୍ଥିତ ବାସଭବନରେ ଚାଲିଥିଲା ଗୁରୁତ୍ୱପୂର୍ଣ୍ଣ ବୈଠକ । ଏଥିରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା, କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରଣ ରିଜିଜୁ, କେନ୍ଦ୍ରମନ୍ତ୍ରୀ ପୀୟୂଷ ଗୋୟଲ, ଜେଡିୟୁ ନେତା ତଥା କେନ୍ଦ୍ରମନ୍ତ୍ରୀ ଲଲ୍ଲନ ସିଂହ, ଏଲଜେପି ନେତା ତଥା କେନ୍ଦ୍ରମନ୍ତ୍ରୀ ଚିରାଗ ପାଶୱାନ ପ୍ରମୁଖ ଯୋଗ ଦେଇଥିଲେ।

ଆସନ୍ତା ୨୬ ତାରିଖରେ ୧୮ତମ ଲୋକସଭାର ବାଚସ୍ପତି ନିର୍ବାଚନ ହେବାକୁ ଥିବା ବେଳେ, ଏହା ପୂର୍ବରୁ ନିଜର ସମ୍ଭାବ୍ୟ ପ୍ରାର୍ଥୀମାନଙ୍କ ସଂପର୍କରେ ଆଲୋଚନା କରିବାକୁ ଏବଂ ଇଣ୍ଡି ମେଣ୍ଟକୁ ଚେକ୍ ଦେବା ଭଳି ରଣନୀତି ପ୍ରସ୍ତୁତ କରିବାକୁ ଏହି ବୈଠକ ବସିଥିବା କୁହାଯାଉଛି। ବିଜେପି ପକ୍ଷରୁ ବାଚସ୍ପତି ରେସ୍‌ରେ ରାଧାମୋହନ ସିଂହ, ଓମ୍ ବିର୍ଲା ଏବଂ ଦଗ୍ଗୁବତୀ ପୁରନ୍ଦେଶ୍ୱରୀଙ୍କ ନାଁ ଚର୍ଚ୍ଚାରେ ଥିବା ବେଳେ, ବିରୋଧୀଙ୍କ ପକ୍ଷରୁ ଉପବାଚସ୍ପତି ପଦ ପାଇଁ ଦାବି କରିଛି ଇଣ୍ଡି ମେଣ୍ଟ। ଏଥିରେ ଏନଡିଏ ରାଜି ନହେଲେ ଇଣ୍ଡି ମେଣ୍ଟ ନିଜ ଆଡ଼ୁ ବାଚସ୍ପତି ପ୍ରାର୍ଥୀଙ୍କୁ ମଧ୍ୟ ମୈଦାନକୁ ଓହ୍ଲାଇପାରେ ବୋଲି ଚର୍ଚ୍ଚା ହେଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ