ଟ୍ରେନ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି

ପଶ୍ଚିମବଙ୍ଗ (ବଡ଼ ଖବର ବ୍ୟୁରୋ):ପଶ୍ଚିମବଙ୍ଗ ଟ୍ରେନ ଦୁର୍ଘଟଣାରେ ମୃତକଙ୍କ ପରିବାରକୁ ଆର୍ଥିକ ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ । ୨ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା କଲେ ପ୍ରଧାନମନ୍ତ୍ରୀ ମୋଦି । ଆହତଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହାୟତା ଘୋଷଣା । ସେପଟେ ଟ୍ରେନ୍‌ ଟ୍ରାଜେଡିକୁ ନେଇ ଦୁଃଖପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ । ରିଲିଫ କାର୍ୟ୍ୟକୁ ଗୁରୁତ୍ୱ ଦେବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କଲେ । ଟ୍ରେନ ଦୁର୍ଘଟଣାରେ କାଞ୍ଚନଜୁଙ୍ଗା ଏକ୍ସପ୍ରେସର ଲୋକୋ ପାଇଲଟଙ୍କ ମୃତ ଦେହ ଉଦ୍ଧାର ହୋଇଛି ।

ଏହାସହ ଅନ୍ୟ ୮ଜଣ ଯାତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଥିବାବେଳେ ୨୦ରୁ ଅଧିକ ଯାତ୍ରୀଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଛି । ଏବେବି ଯୁଦ୍ଧକାଳୀନ ଭିତ୍ତିରେ ଉଦ୍ଧାର କାର୍ଯ୍ୟ ଚାଲିଛି । ଗ୍ୟାସ୍ କଟରରେ ବଗି ଗୁଡିକୁ କାଟି ଉଦ୍ଧାର କରାଯାଉଛି । ଏନେଇ ସୂଚନା ଦେଇଛନ୍ତି କୁରସିଓଙ୍ଗର ଆଡିସନାଲ ଏସପି ଓ ଏନଡିଆରଏଫର କମାଣ୍ଡିଙ୍ଗ ଅଫିସର । ନ୍ୟୁ ଜଲପାଇଗୁଡ଼ି ରଙ୍ଗପାଣି ଷ୍ଟେସନ ନିକଟରେ କାଞ୍ଚନଜଙ୍ଗା ଏକ୍ସପ୍ରେସ ଓ ମାଲଗାଡ଼ି ମଧ୍ୟରେ ଧକ୍କା ହୋଇଛି । କାଞ୍ଚନଜଙ୍ଗା ଏକ୍ସପ୍ରେସ କୋଲକାତା ଯିବା ସମୟରେ ଏହି ଦୁର୍ଘଟଣା ଘଟିଛି । ଦୁର୍ଘଟଣା ପରେ ଏକ୍ସପ୍ରେସର ୩ଟି ବଗି ଲାଇନଚ୍ୟୁତ ହୋଇଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ