Masthead

ଆଜି ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କର ରାଜେନ୍ଦ୍ରାଭିଷେକ ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଜ୍ୟେଷ୍ଠ ଶୁକ୍ଳ ଏକାଦଶୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ରାଜେନ୍ଦ୍ରାଭିଷେକ ନୀତି । ନୀତି ଶେଷ ହେବା ପରେ ମଦନମୋହନ ଆଜ୍ଞାମାଳ ପାଇ ବଟ ଗଣେଶଙ୍କଠାରେ ଥିବା ଖଟ ଉପରେ ବିଜେ କରିବେ । ଏହାପରେ ଜୟ ବିଜୟ ଦ୍ୱାର ବନ୍ଦ ହୋଇ ଜଗମୋହନର ବିଦ୍ୟୁତ ଆଲୋକ ବନ୍ଦ କରାଯାଇ ଅନ୍ଧାର କରାଯିବ । ଏହି ସମୟରେ ଭିତରେ ମହାପ୍ରଭୁଙ୍କମାନଙ୍କର ଆଲଟ ଲାଗି କରାଯିବ । ପୌରାଣିକ କଥା ଅନୁଯାୟୀ, ଉତ୍ତରାରୁ ଜଣେ ଡଗର ଆସି ମଦନମୋହନଙ୍କ ନିକଟରେ ରୁକ୍ମଣୀଙ୍କ ବିବାହ ପ୍ରସ୍ତାବ ଜଣାଇବା ସହ ରାଜେନ୍ଦ୍ରାଭିଷେକ ହେବା ନିମନ୍ତେ ଖବର ଦେଇଥାନ୍ତି । ମଦନମୋହନ ମହାଜନମାନଙ୍କ ହସ୍ତରେ ବିଜେ ପୂର୍ବକ ବଟମୂଳେ ଥିବା ଏକ ସୁସଜ୍ଜିତ ରଥରେ ଆରୋହଣ କରିଥାନ୍ତି ।

ଏହାପରେ ଘଣ୍ଟ, ଛତା, କାହାଳି ବାଜି ବିମାନବଡୁ ମାନେ ରଥକୁ ବଡ଼ ଦେଉଳକର ବେଢ଼ା ପରିକ୍ରମା କରି ପୁନଶ୍ଚ ବଟ ମୂଳେ ରଖିଥାନ୍ତି । ଏହି ସମୟରେ ପାଳିଆ ଖୁଣ୍ଟିଆ, ଗରାବଡୁ ସେବକ ଉପସ୍ଥିତ ରହିଥାନ୍ତି । ସେପଟେ ମହାପ୍ରଭୁଙ୍କର ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ପାଇଁ ରଥନିର୍ମାଣର ଆଉ ଏକ ବିଧି ସରିଛି । ଆଜି ତିନି ରଥର ଦଣ୍ଡା ଉପରେ ଭୁଇଁ ବସିବା ପରେ ଚାରୀନାହାକା ଡେରା ହୋଇଛି । ପ୍ରତ୍ୟେକ ରଥରେ ଚାରିଟି ଲେଖାଏଁ ନାହାକା ମୋଟ ୧୨ଟି ନାହାକା ଠିଆ କରାଯାଇଛି । ଏହାପରେ ୧୪ଟି ନାହାକା ଠିଆ କରାଯିବ ବୋଲି ମହାରଣାମାନେ ସୂଚନା ଦେଇଛନ୍ତି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼