Masthead

କିଏ ହେବ ବିରୋଧୀ ଦଳର ନେତା…୧୯ରେ ବସିବ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆସନ୍ତା ୧୯ ତାରିଖରେ ବସିବ ବିଜେଡି ବିଧାୟକ ଦଳ ବୈଠକ । ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ବିଜେଡିର ବୈଠକ । ଯେଉଁଥିରେ କି ବିଧାୟକ ଦଳର ନେତା ଚୟନ କରାଯିବ । ତେବେ ମିଳିଥିବା ସୂଚନା ମୁତାବକ, ଅପରାହ୍ନ ୪ଟା ୩୦ ମିନିଟ୍ ସମୟରେ ଏହି ବୈଠକ ବସିବାକୁ ଅଛି । ଏହି ବୈଠକରେ ବିଧାନସଭାରେ କିଏ ବିରୋଧୀ ଦଳର ନେତା ହେବ, ତାହା ଚୟନ କରାଯିବ । ଖାସ୍ କରି ନବୀନ ପଟ୍ଟନାୟକ ନିଜେ ବିରୋଧୀ ଦଳର ନେତା ଆସନରେ ବସୁଛନ୍ତି, ନା ଅନ୍ୟ କେଉଁ ନେତା ବିରୋଧୀ ଦଳର ନେତା ହେଉଛନ୍ତି, ତାହା ଉପରେ ନଜର ରହିବ । ବିରୋଧୀ ଦଳର ନେତାଙ୍କ ହିସାବରେ ନବୀନଙ୍କ ନାଁ ଆଗରେ ଅଛି । ନବୀନ ରାଜି ନ ହେଲେ ନିରଞ୍ଜନ ପୂଜାରୀ, ପ୍ରସନ୍ନ ଆଚାର୍ଯ୍ୟ, ରଣେନ୍ଦ୍ର ପ୍ରତାପ ସ୍ଵାଇଁଙ୍କ ନାଁ ଉପରେ ହେବ ବିଚାର । ତେବେ ବିରୋଧୀ ଦଳ ମୁଖ୍ୟ ସଚେତକ ହୋଇପାରନ୍ତି ଅରୁଣ ସାହୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ