Masthead

ଆଜି ଶପଥ ନେବେ ନବ ନିର୍ବାଚିତ ବିଧାୟକ, ଶପଥ ପାଠ କରାଇବେ କାମଚଳା ବାଚସ୍ପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜିଠୁ ଆରମ୍ଭ ହେଉଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ। ଶପଥ ନେବେ ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ସେମାନଙ୍କୁ ଶପଥ ପାଠ କରାଇବେ ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ୨୦ ତାରିଖରେ ହେବ ବାଚସ୍ପତି ନିର୍ବାଚନ। ଚଳିତ ଥର ବିଧାନସଭାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ୮୨ ଜଣ ନୂଆ ବିଧାୟକ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ହେଉଛି ପ୍ରଥମ ବିଧାନସଭା ଅଧିବେଶନ। ଏହି ତିନିଦିନିଆ ଅଧିବେଶନ ପାଇଁ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

ଏଥିସହ ଆଣ୍ଟି ସାବୋଟେଜ୍ ଓ ଆଣ୍ଟି ଟେରରିଷ୍ଟ ଟିମ୍ ମଧ୍ୟ ମୁତୟନ କରାଯାଇଛି। ତ୍ରିସ୍ତରୀୟ କଡ଼ା ସୁରକ୍ଷା ବଳୟ ଭିତରେ ରହିଛି ବିଧାନସଭା। ଗତକାଲି ବିଧାନସଭାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୁଲିସ ମହାନିର୍ଦ୍ଦେଶକ ଅରୁଣ ଷଡଙ୍ଗୀ। ପୁଲିସ କମିଶନର ସଞ୍ଜୀବ ପଣ୍ଡା ଓ ଗୁଇନ୍ଦା ନିର୍ଦ୍ଦେଶକ ସୌମେନ୍ଦ୍ର ପ୍ରିୟଦର୍ଶୀ ମଧ୍ୟ ଏହି ଯାଞ୍ଚ ସମୟରେ ଉପସ୍ଥିତ ଥିଲେ। ସୁରକ୍ଷା ପାଇଁ ବିଧାନସଭାରେ ୭୫ ପୁଲିସ ଅଧିକାରୀଙ୍କ ସହ ୮ ପ୍ଲାଟୁନ ପୁଲିସ୍ ନିୟୋଜିତ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା