Masthead

ସରିଲା ଖରାଛୁଟି, ଖୋଲିଲା ସ୍କୁଲ: ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ସକାଳୁଆ ସ୍କୁଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସରିଲା ଖରାଛୁଟି । ପୂର୍ବ ନିର୍ଦ୍ଧାରିତ ତାରିଖ ଅନୁଯାୟୀ ରାଜ୍ୟରେ ଖୋଲିଲା ସ୍କୁଲ । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜି ଅଧିକାଂଶ ଜିଲ୍ଲାରେ ସକାଳୁଆ ସ୍କୁଲ ହେଉଛି । ସକାଳ ସାଢେ ୬ଟାରୁ ସାଢେ ୧୦ଟା ଯାଏଁ କ୍ଲାସ ଚାଲିଛି । ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କଟକ, କନ୍ଧମାଳ, ମାଲକାନଗିରି, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଦେବଗଡ଼, କେନ୍ଦୁଝର, ରାୟଗଡ଼ା, ନବରଙ୍ଗପୁର, କୋରାପୁଟ ଓ କଳାହାଣ୍ଡି ଜିଲ୍ଲାରେ ସକାଳୁଆ ସ୍କୁଲ ହେଉଛି । ତେବେ କିଛି ଜିଲ୍ଲାରେ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ ଅନୁସାରେ ସ୍କୁଲ ୨୦ ତାରିଖ ଯାଏଁ ଛୁଟି ରହିଛି ।

ବାଲେଶ୍ବର ଓ କେନ୍ଦ୍ରାପଡ଼ାରେ ଆଜି ସ୍କୁଲ ଛୁଟି ରହିଛି । କାଲିଠୁ ଏହି ଜିଲ୍ଲାରେ ସ୍କୁଲ ଖୋଲିବା ନେଇ ଜିଲ୍ଲାପାଳ ନିଷ୍ପତ୍ତି ନେଇଛନ୍ତି । ନୟାଗଡ଼ରେ ଆଜି ଓ କାଲି ସ୍କୁଲ ଛୁଟି ରହିଥିବାବେଳେ ୨୦ରୁ ୨୨ ତାରିଖ ଯାଏଁ ସକାଳୁଆ ସ୍କୁଲ ହେବ । ସ୍ଥାନୀୟ ପାଣିପାଗ ସୂଚନା ଭିତ୍ତିରେ ଜିଲ୍ଲାପାଳମାନେ ସ୍କୁଲ ଖୋଲିବା ସମ୍ପର୍କରେ ଜିଲ୍ଲାସ୍ତରରେ ନିଷ୍ପତ୍ତି ନେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ନିଜ ନିଜ ଜିଲ୍ଲାର ପାଣିପାଗ ସ୍ଥିତିକୁ ଦେଖି ସରକାରୀ, ବେସରକାରୀ ଓ ଅନୁଦାନପ୍ରାପ୍ତ ବିଦ୍ୟାଳୟ ଗୁଡିକର ପ୍ରଥମରୁ ଦ୍ଵାଦଶ ଶ୍ରେଣୀ ପର୍ୟ୍ୟନ୍ତ ଛୁଟି ଘୋଷଣା କରିବେ କିମ୍ବା ସମୟ ନିର୍ଘଣ୍ଟ ପରିବର୍ତ୍ତନ କରିବେ ସେନେଇ ଜିଲ୍ଲାପାଳ ନିଷ୍ପତ୍ତି ନେଉଛନ୍ତି । ଏହି ନିର୍ଦେଶ ଆସନ୍ତା ୨୦ ତାରିଖ ପର୍ୟ୍ୟନ୍ତ ବଳବତ୍ତର ରହିବ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ