ଆଜି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ନୀତି: ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଯାହାକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଆଜିର ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ ।

ତେଣୁ ଏହି ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’