Masthead

ଆଜି ଶ୍ରୀମନ୍ଦିରରେ ରୁକ୍ମିଣୀ ହରଣ ନୀତି: ଦେବୀ ରୁକ୍ମିଣୀଙ୍କୁ ବିବାହ କରିବେ ମହାପ୍ରଭୁ

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଜ୍ୟେଷ୍ଠ ମାସ ଶୁକ୍ଳପକ୍ଷ ଏକାଦଶୀ ତିଥି। ଯାହାକୁ ରୁକ୍ମିଣୀ ହରଣ ଏକାଦଶୀ ବୋଲି କୁହାଯାଏ। ଆଜିର ଏହି ପବିତ୍ର ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବିବାହ ମହୋତ୍ସବ ଅନୁଷ୍ଠିତ ହେବ । ସେଥିପାଇଁ ମା’ଲକ୍ଷ୍ମୀ ଠାକୁରାଣୀ ସାଜିବେ ଦେବୀ ରୁକ୍ମିଣୀ । ଶ୍ରୀମଦନମୋହନ ସାଜିବେ ଶ୍ରୀକୃଷ୍ଣ । ଏହି ଅବସରରେ ଠାକୁର-ଠାକୁରାଣୀଙ୍କ ଦେବ ବିବାହ ନୀତି ସମ୍ପନ୍ନ ହେବ । ଶିଶୁପାଳ ରୁକ୍ମିଣୀଙ୍କୁ ବିବାହ କରିବାକୁ ଚାହୁଁଥିବା ଜାଣିପାରି ତାଙ୍କୁ ବାଟରୁ ହରଣ କରିନେବାକୁ ଦେବୀ ଗୁପ୍ତରେ ଶ୍ରୀକୃଷ୍ଣଙ୍କୁ ଚିଠି ଲେଖି ଜଣାଇଥିଲେ ।

ତେଣୁ ଏହି ପରମ୍ପରା ମୁତାବକ ଶ୍ରୀମନ୍ଦିରରେ ବିମଳାଙ୍କ ମନ୍ଦିରରେ ପୂଜା ସାରି ଫେରିବା ବାଟରେ ରୁକ୍ମିଣୀରୂପୀ ମା’ଲକ୍ଷ୍ମୀ ଠାକୁରାଣୀଙ୍କୁ ଶ୍ରୀକୃଷ୍ଣରୂପୀ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା ମଦନମୋହନ ହରଣ କରିନେବେ । ବାଟରେ ଶିଶୁପାଳ ପ୍ରତିରୋଧ କରିବେ । ଘମାଘୋଟ ଲଢ଼େଇ ପରେ ଶିଶୁପାଳ ପରାସ୍ତ ହୋଇ ବନ୍ଦୀ ହେବେ । ସେବକମାନେ ଦେବତାଙ୍କ ପକ୍ଷରୁ ଏହି ନୀତି ସମ୍ପାଦନ କରିବେ । ରାତିରେ ମହାପ୍ରଭୁଙ୍କ ସହିତ ରୁକ୍ମିଣୀଙ୍କ ବିବାହ ଉତ୍ସବ ସମ୍ପନ୍ନ ହେବ । ଏଥି ସହିତ ଭିତର ଚନ୍ଦନ ଯାତ୍ରା ଅବସରରେ ମହାପ୍ରଭୁଙ୍କ ଜଳକ୍ରୀଡ଼ା ବିଧି ମଧ୍ୟ ଅନୁଷ୍ଠିତ ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି