Masthead

ମେରିଟ୍ ଲିଷ୍ଟ ଅନୁସାରେ ନିଯୁକ୍ତି ଦିଅ: ହାଇକୋର୍ଟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ହାଇକୋର୍ଟରେ କନିଷ୍ଠ ଶିକ୍ଷକ ଚୟନ ଅନିୟମିତତା ମାମଲା । ଓସେପାର ମେରିଟ୍‌ ଲିଷ୍ଟକୁ କାଏମ ରଖିଲେ ହାଇକୋର୍ଟ । ଜଣିକିଆ ଖଣ୍ଡପୀଠଙ୍କ ରାୟ ସଂଶୋଧନ କରିଛନ୍ତି ଡିଭିଜନ ବେଞ୍ଚ । ମେରିଟ ସହ ପ୍ରିଫରେନ୍ସକୁ ଗୁରୁତ୍ୱ ଦେଇ ନିଯୁକ୍ତି ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଗୁଣାତ୍ମକ ଶିକ୍ଷା ପାଇଁ ଗୁଣାତ୍ମକ ଶିକ୍ଷାଦାନ ବ୍ୟବସ୍ଥା ତଥା ମେଧାବୀ ଶିକ୍ଷକଙ୍କ ଆବଶ୍ୟକତା ରହିଛି। ଏହି ଯୁକ୍ତିକୁ ହାଇକୋର୍ଟ ଗ୍ରହଣ କରିଛନ୍ତି। ହାଇକୋର୍ଟଙ୍କ ଏହି ରାୟ ପରେ ବର୍ଷ ବର୍ଷ ଧରି ଚାକିରି ଅପେକ୍ଷାରେ ଥିବା ବହୁ ଆଶାୟୀ ଖୁବ୍‌ ଉତ୍ସାହିତ ହୋଇ ପଡ଼ିଛନ୍ତି। ଓସେପା ପକ୍ଷରୁ ୨୦ ହଜାର କନିଷ୍ଠ ଶିକ୍ଷକ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ୨୦୨୩ ସେପ୍ଟେମ୍ବର ୧୩ରୁ ଏଥିପାଇଁ ଆବେଦନ ଆହ୍ୱାନ କରାଯାଇଥିଲା। ୨୦୨୩ ଅକ୍ଟୋବର ୧୦ ତାରିଖ ଆବେଦନର ଶେଷ ତାରିଖ ଥିଲା। ବିଭିନ୍ନ ପରୀକ୍ଷା ପରେ ମେରିଷ୍ଟ ଲିଷ୍ଟ ଫଳାଫଳ ପ୍ରକାଶ ପାଇଥିଲା। ପରବର୍ତ୍ତୀ ପର୍ୟ୍ୟାୟରେ ସାର୍ଟିଫିକେଟ ଯାଞ୍ଚ ପାଇଁ ଦିନ ଧାର୍ୟ୍ୟ ହୋଇଥିଲା।

କିନ୍ତୁ ନିଯୁକ୍ତି ବିଜ୍ଞପ୍ତି ନିୟମ ଅନୁସାରେ ମେରିଟ ଲିଷ୍ଟ ତାଲିକା ପ୍ରକାଶିତ ହୋଇ ନ ଥିବା ଅଭିଯୋଗ ହୋଇଥିଲା। ଆବେଦନକାରୀଙ୍କ ମୂଳ ଅଭିଯୋଗ ଅନୁଯାୟୀ ପ୍ରାୟ ୨୦ ହଜାର ଊର୍ଦ୍ଧ୍ୱ କନିଷ୍ଠ ଶିକ୍ଷକଙ୍କ ପାଇଁ ଓସେପା ତରଫରୁ ବିଜ୍ଞପ୍ତି ପ୍ରକାଶ କରାଯାଇଥିଲା। ସେଥିରେ ଥିବା ଧାରା ୮.୩ ଅନୁଯାୟୀ, ଚୟନ ପ୍ରକ୍ରିୟା ସମ୍ପୂର୍ଣ୍ଣ ଜିଲ୍ଲା ଭିତରେ ସୀମିତ ରହିବ । କାରଣ ଏହା ଜିଲ୍ଲାଭିତ୍ତିକ କ୍ୟାଡର । ଏଥିରେ ନିଯୁକ୍ତି ପାଉଥିବା କନିଷ୍ଠ ଶିକ୍ଷକଙ୍କ ଚାକିରି ଆରମ୍ଭ ସହ ଶେଷ ବି ସେହି ଜିଲ୍ଲାରେ ହେବ । ତେଣୁ ଚୟନ ପ୍ରକ୍ରିୟା ବି ଜିଲ୍ଲାୱାରୀ କରିବାର ଆବଶ୍ୟକତା ରହିଛି ବୋଲି ଆବେଦନପତ୍ରରେ ଉଲ୍ଲେଖ କରାଯାଇଥିଲା। ମାତ୍ର ଓସେପା ଏହି ନିୟମକୁ ସମ୍ପୂର୍ଣ୍ଣ ଉଲ୍ଳଘଂନ କରି ରାଜ୍ୟବ୍ୟାପି ସିଙ୍ଗଲ ମେରିଟ ଲିଷ୍ଟ ପ୍ରକାଶ କରିଥିଲା। ଯାହା ନିଯୁକ୍ତି ବିଜ୍ଞପ୍ତିର ସର୍ତ୍ତ ଉଲ୍ଳଘଂନ କରିଥିଲା। ଏହାକୁ ନେଇ ଆବେଦନକାରୀମାନେ ହାଇକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। ଏହି ପ୍ରକ୍ରିୟାକୁ ତୁରନ୍ତ ବାତିଲ କରିବାକୁ ସେମାନେ ହାଇକୋର୍ଟରେ ଗୁହାରି କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ