Masthead

ବାଲେଶ୍ବର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ କର୍ଫ୍ୟୁ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ। ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। କର୍ଫ୍ୟୁ ପାଇଁ ବାଲେଶ୍ୱର ସହରରେ ବନ୍ଦ ରହିଛି ଇଣ୍ଟରନେଟ ସେବା । ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ କଟକଣା ଲାଗୁ ହେବନି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ। ସେପଟେ ଘଟଣା ସଂପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଯାଇଥିବାବେଳେ ସ୍ଥିତି ଉପରେ ନଜର ରହିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ। ମୁଖ୍ୟ ଶାସନ ସଚିବ ଓ ପୁଲିସ ଡିଜି ଘଟଣାର ଅନୁଧ୍ୟାନ କରୁଥିବା ସେ କହିଛନ୍ତି। ଶାନ୍ତି ଶୃଙ୍ଖଳା ବଜାୟ ରଖିବା ପାଇଁ ପୁଲିସ ପକ୍ଷରୁ ଫ୍ଲାଗ ମାର୍ଚ୍ଚ ବି କରାଯାଇଛି।

ସୋମବାର ସହରର ଭୁଜାଖିଆ ପୀର ନିକଟରେ କୌଣସି କାରଣକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଥିଲା । ଏହାପରେ ଉଭୟ ଗୋଷ୍ଠୀ ମୁହାଁମୁହିଁ ହେବା ସହ ଫୋର୍ସ ଉପରକୁ ପଥର ମାଡ଼ ଅଭିଯୋଗ ହୋଇଥିଲା । ଗଣ୍ଡଗୋଳରେ ୪ରୁ ୫ ଜଣ ଆହତ ହୋଇଥିବା ବେଳେ ୧୫ରୁ ୨୦ଟି ଗାଡ଼ି ଭଙ୍ଗାରୁଜା ହୋଇଛି। ବିଳମ୍ବିତ ରାତିରେ ମଧ୍ୟ ସୁଏଲପୁର ଓ ଦପ୍ତରସାହିର ଅଞ୍ଚଳର କିଛି ସ୍ଥାନରେ ଗାଡ଼ି ଭଙ୍ଗାରୁଜା ଓ ଦୋକାନ ଆସବାବପତ୍ରରେ ନିଆଁ ଲଗାଯିବା ଭଳି ଘଟଣା ସାମ୍ନାକୁ ଆସିଥିଲା। ପୁଲିସ୍‌ ଉପସ୍ଥିତିରେ ଦୁଇ ଗୋଷ୍ଠୀ ମୁହାଁମୁହିଁ ହେବା ସହ। ପରସ୍ପରକୁ ଢେଲା ପଥର ମାଡ଼ କରିଥିଲେ। ଢେଲା ପଥର ମାଡ଼ରେ ସାଧାରଣ ଜନତା, ପୁଲିସ୍‌ ଓ କିଛି ଗଣମାଧ୍ୟମ ପ୍ରତିନିଧି ଆହତ ହୋଇଥିଲେ । ଏହାପରେ ସମଗ୍ର ବାଲେଶ୍ୱର ପୌରାଞ୍ଚଳରେ ଅନିର୍ଦ୍ଦିଷ୍ଟ କାଳ ପାଇଁ କର୍ଫ୍ୟୁ ଜାରି କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ