Masthead

ଆଜି ଅବଶିଷ୍ଟ ବିଧାୟକଙ୍କ ଶପଥ ଗ୍ରହଣ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାନସଭାରେ ଚାଲିଛି ନବ ନିର୍ବାଚିତ ବିଧାକୟଙ୍କ ଶପଥ ଉତ୍ସବ । ଦ୍ୱିତୀୟ ଦିନରେ ଶପଥ ନେବେ ଆଉ ନବ ନିର୍ବାଚିତ ୪୫ ବିଧାୟକ । ଦାଖଲ ହେବ ବାଚସ୍ପତି ପଦ ପାଇଁ ନାମାଙ୍କନ । ଆସନ୍ତାକାଲି ରହିଛି ବାଚସ୍ପତି ନିର୍ବାଚନ। ରଣପୁର ବିଧାୟିକା ସୁରମା ପାଢୀଙ୍କୁ ବାଚସ୍ପତି ପଦ ପାଇଁ ବିଜେପି ପ୍ରାର୍ଥୀ କରିବାର ଯଥେଷ୍ଟ ସମ୍ଭାବନା ରହିଛି। କାଲିଠୁ ଆରମ୍ଭ ହୋଇଛି ଶପଥ ସମାରୋହ ।

ଆଜି ଅବଶିଷ୍ଟ ବିଧାୟକ ଶପଥ ଗ୍ରହଣ କରିବେ । ବିରୋଧୀ ଦଳ ବାଚସ୍ପତି ପଦ ପାଇଁ କାହାକୁ ପ୍ରାର୍ଥୀ କରିବେ କି ନାହିଁ ତାହା ଉପରେ ନଜର ରହିଛି । ଗତକାଲି ପ୍ରଥମ ଦିନରେ ୧୦୨ ବିଧାୟକ ଶପଥ ନେଇଥିଲେ। କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ବାଇଁ ବିଧାୟକ ମାନଙ୍କୁ ଶପଥ ପାଠ କରାଇଥିଲେ। ଗୃହର ସଭ୍ୟ ଭାବେ ପ୍ରଥମେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ପରେ ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ କ୍ୟାବିନେଟ ମନ୍ତ୍ରୀ ଓ ପରେ ବିଧାୟକ ଶପଥ ନେଇଥିଲେ।

ଚଳିତ ବିଧାନସଭାକୁ ରେକର୍ଡ ୮୨ ଜଣ ବିଧାୟକ ପ୍ରଥମ ଥର ନିର୍ବାଚିତ ହୋଇଛନ୍ତି। ତିନି ଦିନିଆ ଅଧିବେଶନ ପାଇଁ ତିନି ଥାକିଆ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । କେବଳ ପାସଧାରୀ ବ୍ୟକ୍ତିଙ୍କୁ ବିଧାନସଭାକୁ ପ୍ରବେଶ ଅନୁମତି ରହିଛି । ସୁରକ୍ଷା ଦାୟିତ୍ୱରେ ୭୫ ପୋଲିସ ଅଧିକାରୀଙ୍କ ସହ ଆଠ ପ୍ଲାଟୁନ ପୋଲିସ ମୁତୟନ କରାଯାଇଛି । ନିଜେ ପୋଲିସ କମିଶନର ସୁରକ୍ଷା ଦାୟିତ୍ୱ ସମ୍ଭାଳିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼