Masthead

କର୍ଫ୍ୟୁ କଟକଣା ଭାଙ୍ଗି ୩୦ ଅଟକ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱରରେ କର୍ଫ୍ୟୁ କଟକଣା ଭାଙ୍ଗିବା ଅଭିଯୋଗରେ ୩୦ ଅଟକ । ୩୦ ଅଟକ ନେଇ ଏସପି ସାଗରିକା ନାଥଙ୍କ ସୂଚନା । ଗୋଷ୍ଠୀ ସଂଘର୍ଷ ଘଟଣାରେ ୩୪ ଜଣଙ୍କୁ କୋର୍ଟ ଚାଲାଣ କରାଯାଇଛି । ଗୋଷ୍ଠୀ ସଂଘର୍ଷକୁ ନେଇ କର୍ଫ୍ୟୁ ସହ ଇଣ୍ଟରନେଟ ସେବା ବନ୍ଦ ରହିଛି । ବାଲେଶ୍ୱର ପୌରାଞ୍ଚଳରେ ଆଜି ମଧ୍ୟରାତ୍ର ଯାଏଁ ବଳବତ୍ତର ରହିବ କର୍ଫ୍ୟୁ।

ଏନେଇ ବାଲେଶ୍ୱର ଜିଲ୍ଲାପାଳଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । ଓଟି ରୋଡକୁ ସଂଯୋଗ କରୁଥିବା ସବୁ ରାସ୍ତା ବନ୍ଦ ରଖିବାକୁ ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଏହି କର୍ଫ୍ୟୁ କାଳରେ ଜରୁରୀ ସେବା କଟକଣା ମୁକ୍ତ ଥିବାବେଳେ, ପରୀକ୍ଷାର୍ଥୀଙ୍କ ଉପରେ କଟକଣା ଲାଗୁ ହେବନି ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆବଶ୍ୟକ ନ ଥିଲେ କର୍ଫ୍ୟୁ କାଳରେ ଘରୁ ପଦାକୁ ନ ବାହାରିବାକୁ ଅପିଲ୍ କରିଛି ପୁଲିସ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ