ବାଚସ୍ପତି ପାଇଁ ସୁରମା ପାଢ଼ୀଙ୍କ ନାଁ ଘୋଷଣା କଲା ବିଜେପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେପି ବାଚସ୍ପତି ପ୍ରାର୍ଥୀ ହେଲେ ସୁରମା ପାଢୀ । ବିଜେପି ବିଧାୟକ ଦଳ ବୈଠକରେ ବାଚସ୍ପତି ପ୍ରାର୍ଥୀ ଭାବେ ବିଧାୟିକା ସୁରମା ପାଢୀଙ୍କ ନାଁରେ ବାଜିଲା ମୋହର । ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନପତ୍ର ଦାଖଲ କରିଛନ୍ତି ସୁରମା । ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ୨ ଉପମୁଖ୍ୟମନ୍ତ୍ରୀ ଓ ବିଜେପିର ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ନାମାଙ୍କନପତ୍ର ଦାଖଲ କରିଛନ୍ତି । ଆଜି ବାଚସ୍ପତି ପ୍ରାର୍ଥୀ ପାଇଁ ବିଜେପିର ବିଧାୟକ ଦଳ ବୈଠକ ବସିଥିଲା । କାହାକୁ ବାଚସ୍ପତି ପ୍ରାର୍ଥୀ କରାଯିବ ସେନେଇ ଦୀର୍ଘସମୟ ଧରି ମାନସମନ୍ଥନ ଚାଲିଥିଲା । ଏହି ବୈଠକରେ ସର୍ବସମ୍ମତି କ୍ରମେ ସୁରମା ପାଢୀଙ୍କ ନାଁରେ ମୋହର ବାଜିଛି । ବିଧାୟକ ଦଳ ବୈଠକ ପରେ ସୁରମା ପାଢୀଙ୍କ ନାଁ ଘୋଷଣା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ