ଜୁଲାଇ ୮ରେ ଖୋଲିବ ଶ୍ରୀମନ୍ଦିର ରତ୍ନଭଣ୍ଡାର

ପୁରୀ (ବଡ଼ ଖବର ବ୍ୟୁରୋ):  ଶ୍ରୀମନ୍ଦିର ରତ୍ନଭଣ୍ଡାର କେବେ ଖୋଲିବ ସେନେଇ ସସ୍‌ପେନ୍ସ ଲାଗିରହିଥିବା ବେଳେ ଏବେ ଏହାର ଅନ୍ତ ଘଟିଛି। ଜୁଲାଇ ୮ରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲାଯିବା ନେଇ ନିଷ୍ପତ୍ତି ହୋଇଛି। ରତ୍ନଭଣ୍ଡାର ବାହାର ପାର୍ଶ୍ବ କାନ୍ଥ ଲେଜର ସ୍କାନିଂ କରାଯାଇଛି । ଅନୁଧ୍ୟାନ ପରେ ରତ୍ନଭଣ୍ଡାର ମରାମତି କରାଯିବ । ଏଏସ୍‌ଆଇ ସୁପରିଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସୂଚନା ।  ଏଥିସହ ରତ୍ନଭଣ୍ଡାର ଖୋଲିବା ପାଇଁ ସ୍ୱତନ୍ତ୍ର କମିଟି ଗଠନ କରାଯାଇଛି । ଏହି ସ୍ୱତନ୍ତ୍ର ଟିମ୍‌ ରତ୍ନଭଣ୍ଡାର ସ୍ଥିତି ଅନୁଧ୍ୟାନ ଓ ଯାଞ୍ଚ କରିବେ । ୧୯୭୮ ମସିହା ପରେ ପ୍ରଥମ ଥର ପାଇଁ ରତ୍ନଭଣ୍ଡାର ଖୋଲାଯିବ। ପୂର୍ବରୁ ବ୍ରିଟିଶ ସମୟରେ ୧୯୨୬ ମସିହା ଓ ପରେ ଶେଷଥର ପାଇଁ ୧୯୭୮ ମସିହାରେ ରତ୍ନଭଣ୍ଡାରର ଯାଞ୍ଚ ହୋଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ