Masthead

୬୬ ବର୍ଷରେ ପାଦଦେଲେ ରାଷ୍ଟ୍ରପତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗୁରୁବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୬୬ ବର୍ଷରେ ପାଦ ଦେଇଛନ୍ତି। ୧୯୫୮ ମସିହା ଜୁନ୍ ୨୦ରେ ମୟୂରଭଞ୍ଜ ଜିଲ୍ଲା ଉପରବେଡ଼ା ଗ୍ରାମରେ ଏକ ସାନ୍ତାଳୀ ପରିବାରରେ ସେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ମୂଳ ନାମ ପୁତି ଟୁଡୁ ଥିଲା । ତାଙ୍କୁ ତାଙ୍କ ସ୍କୁଲରେ ଶିକ୍ଷକ ଦ୍ରୌପଦୀ ନାମ ଦେଇଥିଲେ । ପିତାଙ୍କ ନାମ ଥିଲା ବିରଞ୍ଜି ନାରାୟଣ ଟୁଡୁ । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଉବରବଡ଼ୋ ପ୍ରାଥମିକ ବିଦ୍ୟାଳୟରୁ ସପ୍ତମ ଶ୍ରେଣୀ ପର୍ଯ୍ୟନ୍ତ ପାଠ ପଢ଼ିଥିଲେ ।

ଏହାପରେ ଅଧିକ ଅଧ୍ୟୟନ ପାଇଁ ଭୁବନେଶ୍ବର ଆସି ୟୁନିଟ୍‌-୨ ବାଳିକା ଉଚ୍ଚ ବିଦ୍ୟାଳୟରୁ ମାଟ୍ରିକ ପାସ କରିଥିଲେ ଓ ରମାଦେବୀ ମହିଳା ମହାବିଦ୍ୟାଳୟରେ କଳାରେ ସ୍ନାତକ ପର୍ୟ୍ୟନ୍ତ ଶିକ୍ଷାଗ୍ରହଣ କରିଥିଲେ । ଦ୍ରୌପଦୀ ମୁର୍ମୁ, ଶ୍ୟାମ ଚରଣ ମୁର୍ମୁଙ୍କୁ ବିବାହ କରିଥିଲେ । ଆଉ ଏବେ ରାଇରଙ୍ଗପୁରରୁ ରାଇସିନା ହିଲରେ ପହଂଚି ଦେଶର ମହିଳାଙ୍କ ପାଇଁ ସେ ପାଲଟିଛନ୍ତି ଉଦାହରଣ । ଦେଶର ପ୍ରଥମ ଆଦିବାସୀ ଭାବେ ରାଷ୍ଟ୍ରପତି ଆସନ କରିଛନ୍ତି ଅଳଙ୍କୃତ । ଦ୍ରୌପଦୀ ମୁର୍ମୁ ଜଣେ ମିଷ୍ଟଭାଷୀ ନେତ୍ରୀ ।

ଯିଏ କି ନିଜ କଠିନ ପରିଶ୍ରମ ବଳରେ ଓଡ଼ିଶା ରାଜନୀତିରେ ପ୍ରବେଶ କରିଥିଲେ ।୨୦୨୨ରେ ରାଷ୍ଟ୍ରପତି ନିର୍ବାଚନ ଜିତିବା ପରେ ସେ ପ୍ରଥମ ଆଦିବାସୀ ଏବଂ ଦ୍ୱିତୀୟ ମହିଳା ଭାବେ ସର୍ବୋଚ୍ଚ ପଦବୀରେ ବସିଛନ୍ତି । ସର୍ବୋଚ୍ଚ ସାମ୍ବିଧାନିକ ପଦ ପାଇଁ ମିଳିତ ବିରୋଧୀ ଦଳର ପ୍ରାର୍ଥୀ ଯଶବନ୍ତ ସିହ୍ନାଙ୍କ ବିରୋଧରେ ସେ ପ୍ରତିଦ୍ୱନ୍ଦ୍ୱିତା କରିଥିଲେ । ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କ ଜନ୍ମ ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଓ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଦେଶର ସର୍ବୋଚ୍ଚ ପଦବୀ ଅଳଙ୍କୃତ କରି ମାନ୍ୟବର ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ସେବା ଓ ସମର୍ପଣ ଭାବରେ ଦେଶକୁ ପ୍ରେରଣା ଦେଇ ଚାଲିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ