Masthead

ରାଜଧାନୀରେ ଅଘଟଣ, ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ସକାଳୁ ସକାଳୁ ଲାଗିଛି ନିଆଁ । ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଖବର ପାଇ ଅଗ୍ନିଶମ ବାହିନୀ କର୍ମଚାରୀ ପହଞ୍ଚି ନିଆଁ ଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି । ଏଥିରେ କେହି ଆହତ ହୋଇ ନ ଥିବା ଜଣାଯାଇଛି। ଅଷ୍ଟମ ମହଲାରେ ନିଆଁ ଲାଗିଥିବା ବେଳେ ଅଗ୍ନିଶମ ବିଭାଗର ଦୁଇଟି ଟିମ୍ ପହଁଚି ଏହାକୁ ଲିଭାଇଛନ୍ତି । ପ୍ରାୟ ଅଧ ଘଂଟାର ଅପରେସନ ପରେ ନିଆଁକୁ ସମ୍ପୂର୍ଣ୍ଣ ଭାବେ ଆୟତ କରାଯାଇଛି ।

ଏହି ଆପାର୍ଟମେଂଟରେ ରହୁଥିବା ବ୍ୟକ୍ତି ଘର ବନ୍ଦ କରି ବାହାରକୁ ଯାଇଥିବା ସମୟରେ ନିଆଁ ଲାଗିଥିଲା । ପରେ ଏହା ଅଷ୍ଟମ ମହଲାରେ ବ୍ୟାପିଥିଲା । ନିଆଁ ଲାଗିବାର ପ୍ରକୃତ କାରଣ ସ୍ପଷ୍ଟ ହୋଇ ନଥିବା ବେଳେ ଇନଭଟରରୁ ସଟ୍ ସର୍କିଟ ହୋଇ ଅଗ୍ନିକାଂଡ ଘଟିଥିବା ସନ୍ଦେହ କରାଯାଉଛି । ପଟିଆ ଛକ ନିକଟରେ ଥିବା କେ.କେ ପ୍ଲାଜା ନାମକ ଆପାର୍ଟମେଣ୍ଟର ଅଷ୍ଟମ ମହଲାରେ ଥିବା ୫୦୮ ନଂ ଫ୍ଲାଟରୁ ସକାଳୁ ସକାଳୁ ଧୂଆଁ ବାହାରୁଥିବା ଦେଖିବାକୁ ମିଳିଥିଲା।

କିଛି ସମୟ ପରେ ଏହା ଚାରିଆଡ଼େ ବ୍ୟାପିବାକୁ ଲାଗିଲା। ଉକ୍ତ ଫ୍ଲାଟଟି ଦୀର୍ଘ ଦିନ ହେଲା ତାଲା ପଡ଼ିଥିବାରୁ ସର୍ଟ ସର୍କିଟରୁ ଏହି ଅଗ୍ନିକାଣ୍ଡ ଲାଗିଥିବା ଅନୁମାନ କରାଯାଉଛି। ଏଥିସହ ତୁରନ୍ତ ଆପାର୍ଟମେଣ୍ଟର ଅନ୍ତେବାସୀଙ୍କୁ ସୁରକ୍ଷିତ ଭାବେ ବାହାରକୁ ଅଣାଯାଇଛି। ଚାରିଆଡ଼େ ଧୂଆଁ ଖେଳି ଯାଇଥିବାରୁ କିଛି ଲୋକ ଅଣନିଶ୍ୱାସୀ ହୋଇ ପଡ଼ିଥିବା ଅଭିଯୋଗ କରିଛନ୍ତି। ତେବେ କେହି ମେଡିକାଲରେ ଭର୍ତ୍ତି ହୋଇ ନ ଥିବା ଜଣାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା