ଆଜି ଅନ୍ତର୍ଜାତୀୟ ଯୋଗ ଦିବସ, ଶ୍ରୀନଗରରେ ଯୋଗ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅନ୍ତର୍ଜାତୀୟ ଯୋଗ ଦିବସ ।ସୁସ୍ଥ ଜୀବନ ପାଇଁ ଦରକାର ଯୋଗ । କେବଳ ଶରୀର ନୁହେଁ, ମାନସିକ ଶାନ୍ତି ଓ ଏକାଗ୍ରତା ପାଇଁ ଯୋଗ ଗୁରୁତ୍ୱପୂର୍ଣ୍ଣ । ଏଥିପାଇଁ ସାରା ବିଶ୍ୱରେ ଯୋଗ ପ୍ରତି ସଚେତନତା ସୃଷ୍ଟି କରିବା ପାଇଁ ଆଜିର ଦିନକୁ ଅର୍ଥାତ୍ ଜୁନ୍ ୨୧ ତାରିଖକୁ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ କରାଯାଇଥାଏ । ଆଜି କେବଳ ଦେଶ ନୁହେଁ, ସମଗ୍ର ବିଶ୍ୱରେ ଯୋଗ ଦିବସ ପାଳନ କରାଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦ୍ୱାରା ଏହି ଦିନର ଶୁଭାରମ୍ଭ ହୋଇଥିଲା, ଯାହା ଏବେ ୧୦ ବର୍ଷରେ ପହଂଚିଛି ।

ଏହି ଅବସରରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରୀନଗରର ଶେର-ଏ-କଶ୍ମୀର ଇଂଟରନ୍ୟାସନାଲ କନଭେନସନ୍ ସେଣ୍ଟରରେ ଯୋଗ ଦିବସ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି । ଶ୍ରୀନଗରରେ ଯୋଗ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ । ଯୋଗ ପ୍ରତି ସାରା ବିଶ୍ବ କିପରି ଆକର୍ଷିତ ହୋଇଛି କହିଲେ । ଦିନକୁ ଦିନ ଅଧିକରୁ ଅଧିକ ଲୋକ ଯୋଗାଭ୍ୟାସ କରୁଛନ୍ତି । ଯୋଗ ପ୍ରତି ଆକର୍ଷଣ ବଢ଼ିବାରେ ଲାଗିଛି । ସେପଟେ କଳିଙ୍ଗ ଷ୍ଟାଡିୟମରେ ରାଜ୍ୟସ୍ତରୀୟ ଯୋଗ ଦିବସ କାର୍ଯ୍ୟକ୍ରମରେ ସାମିଲ ହେଲେ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!