Masthead

କେଜରିୱାଲ ଜେଲରୁ ବାହାରକୁ ଆସିବା ପୂର୍ବରୁ ହାଇକୋର୍ଟ ଯିବ ଇଡି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଅରବିନ୍ଦ କେଜରିୱାଲଙ୍କ ଜାମିନ ମାମଲାରେ ଟ୍ରାଏଲ କୋର୍ଟର ନିଷ୍ପତ୍ତି ବିରୋଧରେ ଶୁକ୍ରବାର ସକାଳେ ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ଦିଲ୍ଲୀ ହାଇକୋର୍ଟଙ୍କ ନିକଟକୁ ଯିବ। ବାସ୍ତବରେ ଆଜି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଏକ୍ସାଇଜ ପଲିସି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ପ୍ରଦାନ କରିଛନ୍ତି। ଅବକାଶ ପୀଠ ଅରବିନ୍ଦ କେଜରିୱାଲଙ୍କୁ ୧ ଲକ୍ଷ ଟଙ୍କା ବଣ୍ଡରେ ଜାମିନ ପ୍ରଦାନ କରିଛି। ଜାମିନ ବଣ୍ଡ ଦାଖଲ ପ୍ରକ୍ରିୟାକୁ ୪୮ ଘଣ୍ଟା ସ୍ଥଗିତ ରଖିବାକୁ କୋର୍ଟ ଇଡିଙ୍କ ଅନୁରୋଧକୁ ପ୍ରତ୍ୟାଖ୍ୟାନ କରିଛନ୍ତି।

ତେବେ ଅରବିନ୍ଦଙ୍କୁ ଜାମିନ ପ୍ରଦାନ କରିଛନ୍ତି ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ । କୋର୍ଟ କହିଛନ୍ତି, ଏକ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ କାଲି ଅରବିନ୍ଦ କେଜରିୱାଲ ତିହାର ଜେଲରୁ ବାହାରକୁ ଆସିପାରିବେ । ମଦ ଦୁର୍ନୀତି ମାମଲାରେ ଜଡିତ ମନି ଲଣ୍ଡରିଂ କେଶରେ ଅରବିନ୍ଦ କେଜରିୱାଲଙ୍କୁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ଅଭିଯୁକ୍ତ ଦର୍ଶାଇଥିଲା ଓ ପରେ ଗିରଫ ହୋଇଥିଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ମେ’ ମାସରେ ନିର୍ବାଚନ ପ୍ରଚାର ପାଇଁ ଅରବିନ୍ଦ କେଜରିୱାଲଙ୍କୁ ଜାମିନ ଦେଇଥିଲେ କୋର୍ଟ । ଏହାପରେ ତିହାଡ ଜେଲରେ ଆତ୍ମସମର୍ପଣ କରିଥିଲେ ଅରବିନ୍ଦ କେଜରିୱାଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ