Masthead

ପ୍ରତିଦିନ ୩ଟାରୁ ୫ଟା, ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୋହନ ସରକାରଙ୍କ ବଡ଼ ପଦକ୍ଷେପ । ଏଣିକି ଲୋକଙ୍କ କଥା ଶୁଣିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକେ ସିଧାସଳଖ ତାଙ୍କ ଗୁହାରି ମୁଖ୍ୟମନ୍ତ୍ରୀଙ୍କୁ କରିପାରିବେ । ପ୍ରତିଦିନ ୨ ଘଣ୍ଟା ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ୩ଟାରୁ ୫ଟା ପର୍ଯ୍ୟନ୍ତ ସମୟ ନିଘଣ୍ଟ ହୋଇଛି । କାର୍ଯ୍ୟାଳୟରେ ଲୋକଙ୍କ ଅଭିଯୋଗ ଶୁଣିବେ । ଭୁବନେଶ୍ୱରରେ ଥିବା ବେଳେ ରାଜ୍ୟ ଅତିଥି ଭବନ କାର୍ଯ୍ୟାଳୟରେ ଅପରାହ୍ନ ୩ଟା ଠାରୁ ୫ଟା ପର୍ଯ୍ୟନ୍ତ ଲୋକଙ୍କ ସମସ୍ୟା ଶୁଣିବେ ଏବଂ ଅଭିଯୋଗ ପତ୍ର ଗ୍ରହଣ କରି ସମସ୍ୟା ସମାଧାନ ପାଇଁ ପଦକ୍ଷେପ ନେବେ।

ସୂଚନା ଯୋଗ୍ୟ ଯେ ନୂଆ ସରକାର ଗଠନ ପରେ ଲୋକଙ୍କ ମୁଖ୍ୟମନ୍ତ୍ରୀ ଭାବରେ ମୋହନ ଚରଣ ମାଝୀ ଲୋକପ୍ରିୟତା ହାସଲ କରିଛନ୍ତି। ବିଭିନ୍ନ ସମୟରେ ସେ ଲୋକଙ୍କ ସହିତ ସହଜରେ ମିଶୁଛନ୍ତି, ସୁଖ ଦୁଃଖ ହେଉଛନ୍ତି ଏବଂ ଅଭିଯୋଗ ଗୁଡ଼ିକର ସମାଧାନ ପାଇଁ ଆଶ୍ଵାସନା ମଧ୍ୟ ଦେଉଛନ୍ତି। ନବୀନ ସରକାରରେ ଅଭିଯୋଗ ଶୁଣାଣି ବନ୍ଦ ଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’