Masthead

ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ

https://www.youtube.com/watch?v=o8xkuDwTk0I

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ। ସେପଟେ ତିନି ଠାକୁରଙ୍କ ପହଣ୍ଡି ବିଜେ ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ ।

ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ