Masthead

ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ

https://www.youtube.com/watch?v=o8xkuDwTk0I

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା । ଆଜି ଦାରୁ ଦିଅଁଙ୍କ ଦିବ୍ୟ ସ୍ନାନ । ସଜେଇ ହୋଇଛି ସ୍ନାନବେଦୀ । ଆଜି ସ୍ନାନ ବେଦୀରୁ ଗଜବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ । ଏଥିପାଇଁ ଆରମ୍ଭ ହୋଇସାରିଛି ବ୍ୟାପକ ପ୍ରସ୍ତୁତି । ଭୋର ୫ଟାରୁ ଆରମ୍ଭ ହୋଇଛି ପହଣ୍ଡି । ପ୍ରଥମେ ଧାଡ଼ି ପହଣ୍ଡିରେ ଆସି ସ୍ନାବେଦିରେ ବିରାଜିଲେ ବଡ଼ଠାକୁର । ହଲି ଦୋହଲି ଟାହିଆ ହଲାଇ ରତ୍ନବେଦିରୁ ଆସି ସ୍ନାନବେଦିରେ ବିରାଜିଲେ ବଡ଼ଠାକୁର । ବଡ଼ଠାକୁରଙ୍କ ପଛେପଛେ ପହଣ୍ଡିରେ ଆସି ରତ୍ନବେଦିରେ ବାରିଜିଛନ୍ତି ମହାପ୍ରଭୁ ଜଗନ୍ନାଥ। ସେପଟେ ତିନି ଠାକୁରଙ୍କ ପହଣ୍ଡି ବିଜେ ଶେଷ ପରେ ପୂର୍ବାହ୍ନ ୯ଟା ୧୦ରେ ମଙ୍ଗଳଆଳତି ହେବ ।

ମଧ୍ୟାହ୍ନ ୧୨ଟା ୨୦ରୁ ଅପରାହ୍ନ ୧ଟା ୪୫ ଭିତରେ ଜଳବିଜେ, ପୂଜା ଓ ସ୍ନାନ ନୀତି ଅନୁଷ୍ଠିତ ହେବ । ଅପରାହ୍ନ ୩ଟାରେ ଗଜପତି ମହାରାଜା ଛେରା ପହଁରା କରିବାପରେ ଅପରାହ୍ନ ୩ଟା ୪୦ରେ ଗଜବେଶ ଆରମ୍ଭ ହେବ । ରାତି ସାଢ଼େ ୭ଟାରୁ ଭକ୍ତଙ୍କ ସାହାଣମେଲା ଦର୍ଶନ ଆରମ୍ଭ ହେବ । ରାତି ସାଢ଼େ ୧୦ଟାରେ ସାହାଣମେଲା ଦର୍ଶନ ବନ୍ଦ ପରେ ରାତି ୧୧ଟାରେ ବେଶ ଓଲାଗି ଓ ସାଢ଼େ ୧୧ଟାରେ ବାହୁଡ଼ା ପହଣ୍ଡି ଆରମ୍ଭ ହେବ । ଗୋଟି ପହଣ୍ଡିରେ ଚତୁର୍ଦ୍ଧାବିଗ୍ରହ ଅଣସର ପିଣ୍ଡିକୁ ବିଜେ କରିବେ । ବାହୁଡ଼ା ପହଣ୍ଡି ରାତି ୨ଟା ଭିତରେ ଶେଷ ହେବ । ପରେ ରାତି ସାଢ଼େ ୨ଟାରେ ସୁନା ଚିତା ଓ ରାହୁରେଖା ମଇଲମ ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି