Masthead

୩୦ ଜିଲ୍ଲାକୁ ଛୁଇଁଲା ମୌସୁମୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ପାଦ ଥାପିଛି ମୌସୁମୀ ବାୟୁ । ଅନୁକୂଳ ପାଗ ହେବା ପରେ ସକ୍ରିୟ ହୋଇଉଠିଛି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ । ଏହାସହିତ ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାରେ ମୌସୁମୀ ବାୟୁ ପ୍ରବେଶ କରିଛି । ତେବେ ଏହି ମୌସୁମୀ ବାୟୁ ୨୪ଟି ଜିଲ୍ଲାକୁ ସମ୍ପୂର୍ଣ୍ଣ ଭାବରେ ଛୁଇଥିବା ବେଳେ ୬ଟି ଜିଲ୍ଲାରେ ଆଂଶିକ ଭାବରେ ପ୍ରବେଶ କରିପାରିଛି । ଗତ ୨୪ ଘଣ୍ଟା ମଧ୍ୟରେ ମୌସୁମୀର ଆଗମନ ଫଳରେ ବିଭିନ୍ନ ସ୍ଥନରେ ଲଗାଣ ବର୍ଷା ଜାରି ରହିଛି ।

ଫଳରେ ଅସହ୍ୟ ଗରମରୁ ମୁକ୍ତି ପାଇଛି ସାରା ଓଡ଼ିଶା । ୨୪ ଜିଲ୍ଲାକୁ ମୌସୁମୀ ସମ୍ପୂର୍ଣ୍ଣ ଅଗ୍ରସର ହୋଇଥିବା ଆଜି ପାଣିପାଗ ବିଭାଗ ସୂଚନା ଦେଇଛି । ହେଲେ ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା, ବାଲେଶ୍ୱର ଓ ସମ୍ବଲପୁର ଜିଲ୍ଲାର କିଛି ଅଞ୍ଚଳକୁ ମୌସୁମୀ ସ୍ପର୍ଶ କରିଛି । ବାକି ଥିବା ଅଂଶକୁ ୨୪ ତାରିଖ ସୁଦ୍ଧା ମୌସୁମୀ ପହଞ୍ଚିପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ. ଶରତ ଚନ୍ଦ୍ର ସାହୁ ପୂର୍ବାନୁମାନ କରିଛନ୍ତି । ଶନିବାର ମୌସୁମୀ ପ୍ରଭାବରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଓ ଝାରସୁଗୁଡ଼ାରେ ବର୍ଷା ସମ୍ଭାବନା ଅଛି । କେନ୍ଦୁଝର ଓ ମୟୂରଭଞ୍ଜରେ ପ୍ରବଳ ବର୍ଷା ହୋଇପାରେ ।

୨୩ରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ମୟୂରଭଞ୍ଜ ଓ କେନ୍ଦୁଝରରେ ବର୍ଷା ହୋଇପାରେ । ମୌସୁମୀ ପ୍ରଭାବରେ ଆସନ୍ତା ୫ଦିନ ଯାଏ ରାଜ୍ୟରେ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ନିର୍ଦ୍ଦେଶକ ଡ. ମନୋରମା ମହାନ୍ତି କହିଛନ୍ତି । ମୌସୁମୀ ପ୍ରଭାବରେ ଶୁକ୍ରବାର ରାଜ୍ୟର ଅଧିକାଂଶ ଅଞ୍ଚଳରେ ସ୍ୱଳ୍ପରୁ ମଧ୍ୟମ ବର୍ଷା ହୋଇଛି । ଖୋର୍ଦ୍ଧାରେ ସର୍ବାଧିକ ୬୫ ମିଲିମିଟର ବର୍ଷା ହୋଇଛି । ତେବେ ସନ୍ଧ୍ୟା ସୁଦ୍ଧା ରାଉରକେଲାରେ ୫୬ ମିମି, ଦାରିଙ୍ଗିବାଡ଼ିରେ ୩୮, ତାଳଚେରରେ ୩୫, ସୋନପୁରରେ ୨୪.୮, ବୌଦ୍ଧରେ ୨୩, ପାରାଦୀପରେ ୧୮, ଟିଟିଲାଗଡ଼ରେ ୧୬.୨, ଢେଙ୍କାନାଳରେ ୧୫.୨, ଫୁଲବାଣୀରେ ୫.୮, ଭୁବନେଶ୍ୱରରେ ୬.୩, ଗୋପାଳପୁରରେ ୩ ମିମି ବର୍ଷା ହୋଇଛି । ତେବେ ୨୪ ଘଣ୍ଟା ଭିତରେ ତାଳଚେରରେ ସର୍ବାଧିକ ୧୦୮ ମି.ମି ଏବଂ ବରଗଡ଼ରେ ୪୮.୮ ମି.ମି ବର୍ଷା ରେକର୍ଡ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ 🔴 ୯ଟି ଜିଲ୍ଲାରେ ପ୍ରବଳ ବର୍ଷା 🔴 ନବ ଦାସଙ୍କ ଘରେ ଆଇଟି ରେଡ୍ 🔴 ବଢ଼ୁଛି ଡାଇରିଆ ମୃତ୍ୟୁ ସଂଖ୍ୟା, ପୁଣି ଆଉ ଜଣଙ୍କ ମୃତ୍ୟୁ 🔴 ଦୁଇଦିନ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା 🔴 ପୁଣି ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ 🔴 ପିସିଆର୍ ନଜରରୁ ଖସିଲା, ପବ୍ଲିକ୍ ହାତରେ ଫସିଲା 🔴 ଟାଙ୍ଗୀ ବ୍ଲକରେ ବ୍ୟାପୁଛି ଝାଡାବାନ୍ତି 🔴 ପୁଣି ବିମାନରେ ଯାନ୍ତ୍ରିକ ତ୍ରୁଟି 🔴 ୩ ଜିଲାରେ ଅତି ପ୍ରବଳ ବର୍ଷା 🔴 ବନ କର୍ମଚାରୀଙ୍କୁ ମାଡ଼ ଘଟଣା, ଜଣେ ମହିଳା ସମେତ ୮ ଗିରଫ