Masthead

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଓଡିଶାର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେବା ପରେ ରବିବାର ପ୍ରଥମ ଥର ପାଇଁ ଜନ୍ମମାଟି କେନ୍ଦୁଝର ଗସ୍ତ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଆଜି କେନ୍ଦୁଝରରେ ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବା ପରେ ଆସନ୍ତାକାଲି ନିଜ ଗାଁ ରାଇକଳା ଯିବେ । ସେଠାରେ ମୁଖ୍ୟମନ୍ତ୍ରୀ ଜନସଭାକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି । ଆଜି ପ୍ରଥମେ ଘଟଗାଁ ହାଇସ୍କୁଲ ପଡ଼ିଆରେ ପହଂଚିବେ ।

ସେଠାରୁ ରୋଡ୍ ସୋ’ କରି ମା’ ତାରିଣୀଙ୍କ ମନ୍ଦିର ପର୍ଯ୍ୟନ୍ତ ଯିବେ । ଏହା ପରେ କେନ୍ଦୁଝର ଯାତ୍ରା କରିବେ । ରିଜର୍ଭ ପୋଲିସ ପଡ଼ିଆରେ ଅବତରଣ ପରେ ସର୍କିଟ୍ ହାଉସରେ ବିଶ୍ରାମ ନେବେ । ଅପରାହ୍ଣରେ ପୁରୁଣା ସହର ଶ୍ରୀବଳଦେବଜିଉ ମନ୍ଦିରରେ ପୂଜାର୍ଚ୍ଚନ କରିବେ । ପୁରୁଣା ବଜାରଠାରୁ ରୋଡ୍ ସୋ’ରେ ଯାଇ ଷ୍ଟାଡିୟମରେ ଜନସଭାକୁ ସମ୍ବୋଧନ କରିବେ ମୁଖ୍ୟମନ୍ତ୍ରୀ । ଆସନ୍ତାକାଲି ସକାଳେ ନିଜ ଗାଁ ରାଇକଳା ଯିବେ ।

ରାଇକଳାରୁ ରୋଡ୍ ସୋ’ରେ ଝୁମ୍ପୁରା ପର୍ଯ୍ୟନ୍ତ ଯିବେ ମୋହନ ମାଝୀ । ଝୁମ୍ପୁରା ବ୍ଲକ ଦୁର୍ଗା ପଡ଼ିଆରେ ଜନସମାବେଶକୁ ସମ୍ବୋଧିତ କରିବେ । ଅପରାହ୍ଣରେ ନିଜ ଗାଁରେ ପହଞ୍ଚିବା ପରେ ଘରେ ମଧ୍ୟାହ୍ନ ଭୋଜନ କରିବେ । ଗାଁ ଲୋକଙ୍କ ସହ କଥା ହେବା ପରେ ସଂଧ୍ୟାରେ ଭୁବନେଶ୍ୱର ଫେରିଆସିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼