Masthead

ଆଜିିଠୁ ଲୋକସଭାର ସ୍ୱତନ୍ତ୍ର ଅଧିବେଶନ, ଶପଥ ନେବେ ନବନିର୍ବାଚିତ ସାଂସଦ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ସଂସଦର ସ୍ବତନ୍ତ୍ର ଅଧିବେଶନ ଆରମ୍ଭ । ନବନିର୍ବାଚିତ ସାଂସଦଙ୍କୁ ଶପଥ ପାଠ କରାଇବେ କାମଚଳା ବାଚସ୍ପତି । ଆଜି ଓ କାଲି ୨ଦିନ ଧରି ଚାଲିବ ଶପଥ ପାଠ କାର୍ୟ୍ୟକ୍ରମ । ପ୍ରଥମେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶପଥ ନେବେ। ପରେ କ୍ୟାବିନେଟ୍ ମନ୍ତ୍ରୀ ଏବଂ ଅନ୍ୟ ନିର୍ବାଚିତ ସାଂସଦ ମାନେ ଶପଥ ଗ୍ରହଣ କରିବେ। ଏହା ପୂର୍ବରୁ ଆଜି ସକାଳ ପ୍ରାୟ ସାଢେ ୯ଟାରେ କାମଚଳା ବାଚସ୍ପତି ଭର୍ତ୍ତୃହରି ମହତାବଙ୍କୁ ରାଷ୍ଟ୍ରପତି ଭବନରେ ଶପଥପାଠ କରାଇବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଜୁନ୍ ୨୬ ତାରିଖରେ ନୂଆ ବାଚସ୍ପତି ନିର୍ବାଚିତ ହେବେ।

ଆସନ୍ତା ୨୭ ତାରିଖରେ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଚଳିତ ନିର୍ବାଚନ ପରେ ଏହା ସଂସଦର ପ୍ରଥମ ଅଧିବେଶନ। ଲୋକସଭାର ପ୍ରଥମ ଅଧିବେଶନର ପ୍ରଥମ ଦିନରେ ବିରୋଧୀ ଇଣ୍ଡିଆ ଆଲାଇନ୍ସର ଏମ୍‌ପିମାନେ ଆଜି ସକାଳେ ସଂସଦ କମ୍ପ୍ଲେକ୍ସରେ ଏକାଠି ହୋଇ ମାର୍ଚ୍ଚ କରିବେ। ଇଣ୍ଡି ମେଣ୍ଟର ନବ ନିର୍ବାଚିତ ସାଂସଦ ଶପଥପାଠ ଉତ୍ସବକୁ ବିରୋଧ କରୁଛନ୍ତି । ଗୃହରେ ପରମ୍ପରା ଭଙ୍ଗାଯାଇଥିବା ଅଭିଯୋଗ କରିଛି କଂଗ୍ରେସ। ୮ ଥରର ସାଂସଦ କଂଗ୍ରେସର କେ. ସୁରେଶଙ୍କ ବଦଳରେ ୭ଥର ସାଂସଦ ହୋଇଥିବା ଭର୍ତ୍ତୃହରି ମହତାବଙ୍କୁ କାମଚଳା ବାଚସ୍ପତି କରାଯାଇଥବାରୁ ପ୍ରଶ୍ନ ଉଠାଇଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼