Masthead

ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲାଯାଇ ଗଣତି ଓ ମଣତି କରାଯିବ: ପୃଥ୍ୱୀରାଜ ହରିଚନ୍ଦନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସେବା ଭବନରେ ଦାୟିତ୍ୱ ଗ୍ରହଣ କଲେ ପୂର୍ତ୍ତ, ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ତିନୋଟି ବିଭାଗ କିଭଳି ରାଜ୍ୟବାସୀଙ୍କ ସେବାରେ ଲାଗି ପାରିବ ତାହା ହିଁ ମୋର ପ୍ରାଥମିକତା ବୋଲି କହିଲେ ପୃଥ୍ୱୀରାଜ । ସେ କହିଛନ୍ତି ୧୦୦ ଦିନିଆ, ବର୍ଷିକିଆ, ଓ ୫ ବର୍ଷିଆ ପାଇଁ ସ୍ୱତନ୍ତ୍ର ରଣନୀତି ପ୍ରସ୍ତୁତ କରାଯାଉଛି । ଭୁବନେଶ୍ୱର କୋର୍ଟ କମ୍ପ୍ଲେକ୍ସ ତୁରନ୍ତ କାର୍ଯ୍ୟକ୍ଷମ କରିବାକୁ ଆଜି ଅପରାହ୍ନରେ ପୂର୍ତ୍ତ ବିଭାଗର ଅଧିକାରୀଙ୍କ ସହ ସମୀକ୍ଷା କରିବେ ମନ୍ତ୍ରୀ ।

ଅଗଷ୍ଟ ପ୍ରଥମ ସପ୍ତାହରେ କୋର୍ଟ କମ୍ପ୍ଲେକ୍ସ ଉଦଘାଟନ କରିବା ପାଇଁ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱର ର ଆଇନଜୀବୀମାନେ ତମ୍ଭୁ ତଳେ ବସିଥିବା ଦେଖି ଖରାପ ଲାଗୁଛି ତେଣୁ ତୁରନ୍ତ କାମ ଶେଷ ପାଇଁ ବିଭାଗ ପଦକ୍ଷେପ ନେଇଛି । ସେପଟେ ରତ୍ନ ଭଣ୍ଡାର ଖୋଲିବା ନେଇ ମନ୍ତ୍ରୀ କହିଛନ୍ତି ଖୁବଶୀଘ୍ର ତାରିଖ ଓ ଗାଇଡ଼ ଲାଇନ ବିଭାଗ ପକ୍ଷରୁ ଘୋଷଣା କରାଯିବ । ସେ ନେଇ ବିଭାଗ କାମ କରୁଛି । ନିର୍ଦ୍ଦିଷ୍ଟ ସମୟରେ ରତ୍ନ ଭଣ୍ଡାର ଖୋଲାଯାଇ ମହାପ୍ରଭୁଙ୍କ ଅଳଙ୍କାର ଏବଂ ଅନ୍ୟ ସମ୍ପତିର ଗଣତି କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ