Masthead

କେଜ୍ରିୱାଲଙ୍କ ଜାମିନ୍ ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲା, ଆଜି ସୁପ୍ରିକୋର୍ଟରେ ଗୁରୁତ୍ୱପୂର୍ଣ୍ଣ ଶୁଣାଣି । ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ଜାମିନ୍ ଆବେଦନ ଉପରେ ଆଜି ଶୁଣାଣି କରିବେ ସର୍ବୋଚ୍ଚ ନ୍ୟାୟାଳୟ। ଶୁକ୍ରବାର ହାଇକୋର୍ଟ କେଜ୍ରିୱାଲଙ୍କ ଜାମିନ ଉପରେ ରୋକ ଲଗାଇଥିବା ବେଳେ ଏହାକୁ କେଜ୍ରିୱାଲ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରିଥିଲେ। କିନ୍ତୁ ସୁପ୍ରିମକୋର୍ଟ ସୋମବାର ଶୁଣାଣି ବେଳେ ହାଇକୋର୍ଟଙ୍କ ରାୟକୁ ଅପେକ୍ଷା କରିବାକୁ କହିଥିଲେ।

ହାଇକୋର୍ଟ ରାୟ ଦେବା ପରେ ହିଁ ସୁପ୍ରିମକୋର୍ଟ କେଜ୍ରିୱାଲଙ୍କ ଆବେଦନର ଶୁଣାଣି କରିବେ ବୋଲି କହିଥିଲେ। ଗତକାଲି ହାଇକୋର୍ଟ କେଜ୍ରିୱାଲଙ୍କୁ ନିରାଶ କରିଥିବାରୁ ଆଜି ସର୍ବୋଚ୍ଚ ଅଦାଲତ ଏହାର ଶୁଶାଣି କରିବେ। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଗତକାଲି ତିହାର ଜେଲରେ କେଜ୍ରିୱାଲଙ୍କୁ ଜେରା କରିଛି ସିବିଆଇ । ମଦ ନୀତି ଦୁର୍ନୀତି ମାମଲାରେ ଗୁଡ଼େଇ ତୁଡ଼େଇ ଜେରା କରିଛି ସିବିଆଇ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା 🔴 ଭୁବନେଶ୍ୱରରେ ହେବ ଭିସା ସେଣ୍ଟର 🔴 ମଣ୍ଡେଇ ମହୋତ୍ସବରେ ମନ୍ତ୍ରୀ-ବିଧାୟକ ମୁହାଁମୁହିଁ 🔴 କଂଗ୍ରେସ ସହ ଅଛି, ଥିଲି, ରହିବି…ମୋକିମ 🔴 ମହମ୍ମଦ ମୋକିମଙ୍କୁ ଶକ୍ତ ଝଟକା 🔴 ଦୁଇ ସପ୍ତାହ କଲବଲ କରିବ ଜାଡ଼ 🔴 ବିଦ୍ୟାଳୟରୁ ତାଲା ଭାଙ୍ଗି ଲୁଟ୍ 🔴 ଅଡୁଆରେ ବାଣପୁର ଥାନା ପୋଲିସ 🔴 ବିପଦରେ ମେଘନାଦ ପାଚେରି 🔴 ଦିଲ୍ଲୀ ବିସ୍ଫୋରଣ ଘଟଣା, ଓଡ଼ିଶା ଲିଙ୍କ୍‌ 🔴 କଲବଲ କରୁଛି ପ୍ରବଳ ଥଣ୍ଡା