Masthead

କେଜ୍ରିୱାଲଙ୍କୁ ଗିରଫ କଲା CBI

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ପୁଣି ଅଡ଼ୁଆ ବଢିଛି। ସୁପ୍ରିମକୋର୍ଟରେ ଜାମିନ ଆବେଦନ ଶୁଣାଣି ମଧ୍ୟରେ ଗିରଫ କରିଛି ସିବିଆଇ। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଆଜି ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି । କୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ, ସିବିଆଇ ପ୍ରଥମେ କୋର୍ଟ ରୁମରେ କେଜ୍ରିୱାଲଙ୍କୁ ଜେରା କରିବା ପରେ ଆନୁଷ୍ଠାନିକ ଭାବେ ଗିରଫ କରିଛି ।

ଏହା ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ଅବକାରୀ ମାମଲାରେ ତିହାର ଜେଲର ଅଧିକାରୀମାନେ ରାଓଜ ଏଭେନ୍ୟୁ କୋର୍ଟରେ ହାଜର କରାଇଥିଲେ । କେଜ୍ରିୱାଲଙ୍କୁ ବିଶେଷ ବିଚାରପତି ଅମିତାଭ ରାୱତଙ୍କ ସାମ୍ନାରେ ହାଜର କରାଯାଇଥିଲା, ସେଠାରେ ସିବିଆଇ ତାଙ୍କୁ ଜେରା କରିବା ପାଇଁ ହେପାଜତରେ ନିଆଯିବା ପାଇଁ ଅନୁରୋଧ କରିଥିଲା । ସିବିଆଇ ଆମ ଆଦମୀ ପାର୍ଟୀର ନେତାଙ୍କୁ ମଙ୍ଗଳବାର ସଂଦ୍ୟାରେ ତିହାର ଜେଲରେ ପଚରାଉଚରା କରିଥିଲା ।

ଦୀର୍ଘ ୪ ମାସ ଧରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କେଜ୍ରିୱାଲଙ୍କୁ ସମନ କରିବା ପରେ ମାର୍ଚ୍ଚ ୨୧ରେ ଗିରଫ କରିଥିଲା। ପରବର୍ତ୍ତୀ ସମୟରେ ଲୋକସଭା ନିର୍ବାଚନ ପାଇଁ ସୁପ୍ରିମକୋର୍ଟରେ ଅନ୍ତରୀଣ ଜାମିନ ଆବେଦନ କରିଥିଲେ ଏବଂ ସର୍ବୋଚ୍ଚ ଅଦାଲତ ତାଙ୍କୁ ମେ ୧୦ରୁ ଜୁନ ୨ ପର୍ୟ୍ୟନ୍ତ ଜାମିନ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି