Masthead

କେଜ୍ରିୱାଲଙ୍କୁ ଗିରଫ କଲା CBI

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ପୁଣି ଅଡ଼ୁଆ ବଢିଛି। ସୁପ୍ରିମକୋର୍ଟରେ ଜାମିନ ଆବେଦନ ଶୁଣାଣି ମଧ୍ୟରେ ଗିରଫ କରିଛି ସିବିଆଇ। ଦିଲ୍ଲୀ ମଦ ନୀତି ଦୁର୍ନୀତି ମାମଲାରେ ଆଜି ସିବିଆଇ କେଜ୍ରିୱାଲଙ୍କୁ ବିଧିବଦ୍ଧ ଭାବେ ଗିରଫ କରିଛି । କୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ, ସିବିଆଇ ପ୍ରଥମେ କୋର୍ଟ ରୁମରେ କେଜ୍ରିୱାଲଙ୍କୁ ଜେରା କରିବା ପରେ ଆନୁଷ୍ଠାନିକ ଭାବେ ଗିରଫ କରିଛି ।

ଏହା ପୂର୍ବରୁ ଅରବିନ୍ଦ କେଜ୍ରିୱାଲଙ୍କୁ ଅବକାରୀ ମାମଲାରେ ତିହାର ଜେଲର ଅଧିକାରୀମାନେ ରାଓଜ ଏଭେନ୍ୟୁ କୋର୍ଟରେ ହାଜର କରାଇଥିଲେ । କେଜ୍ରିୱାଲଙ୍କୁ ବିଶେଷ ବିଚାରପତି ଅମିତାଭ ରାୱତଙ୍କ ସାମ୍ନାରେ ହାଜର କରାଯାଇଥିଲା, ସେଠାରେ ସିବିଆଇ ତାଙ୍କୁ ଜେରା କରିବା ପାଇଁ ହେପାଜତରେ ନିଆଯିବା ପାଇଁ ଅନୁରୋଧ କରିଥିଲା । ସିବିଆଇ ଆମ ଆଦମୀ ପାର୍ଟୀର ନେତାଙ୍କୁ ମଙ୍ଗଳବାର ସଂଦ୍ୟାରେ ତିହାର ଜେଲରେ ପଚରାଉଚରା କରିଥିଲା ।

ଦୀର୍ଘ ୪ ମାସ ଧରି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ କେଜ୍ରିୱାଲଙ୍କୁ ସମନ କରିବା ପରେ ମାର୍ଚ୍ଚ ୨୧ରେ ଗିରଫ କରିଥିଲା। ପରବର୍ତ୍ତୀ ସମୟରେ ଲୋକସଭା ନିର୍ବାଚନ ପାଇଁ ସୁପ୍ରିମକୋର୍ଟରେ ଅନ୍ତରୀଣ ଜାମିନ ଆବେଦନ କରିଥିଲେ ଏବଂ ସର୍ବୋଚ୍ଚ ଅଦାଲତ ତାଙ୍କୁ ମେ ୧୦ରୁ ଜୁନ ୨ ପର୍ୟ୍ୟନ୍ତ ଜାମିନ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ