Masthead

୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା। ଆହୁରି ୩ ଦିନ ବର୍ଷିବ। ଏନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଆଜି ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ମୂଷଳଧାରରେ ବର୍ଷା ହେବ। ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୩ ଜିଲ୍ଲା ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏସବୁ ଜିଲ୍ଲାର କିଛି ସ୍ଥାନରେ ୧୨ରୁ ୨୦ ସେଣ୍ଟିମିଟର ଯାଏ ବର୍ଷା ହୋଇପାରେ।

ଆଜି ୭ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଗଞ୍ଜାମ, କନ୍ଧମାଳ, ପୁରୀ, ଖୋର୍ଦ୍ଧା, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ଭଦ୍ରକ ଜିଲ୍ଲାରେ ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବାଲେଶ୍ୱର, କେନ୍ଦୁଝର, ମୟୂରଭଂଜ, ଯାଜପୁର, କଟକ, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହୋଇପାରେ । ଆଜିଠାରୁ ୩୦ ତାରିଖ ମଧ୍ୟରେ ଉପକୂଳ ଓଡ଼ିଶାର ସମସ୍ତ ଜିଲ୍ଲା ସମେତ ସଂଲଗ୍ନ ଜିଲ୍ଲା ଗୁଡ଼ିକରେ କାଳବୈଶାଖୀ ପ୍ରଭାବ ଲାଗିରହିବ । ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବା ସହ କିଛି ଜାଗାରେ ଘଂଟାପ୍ରତି ୩୦ରୁ ୪୦ କି.ମି ବେଗରେ ପବନ ବହିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ