Masthead

ମନୋଜ ଆହୁଜା ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମନୋଜ ଆହୁଜା ହେଲେ ରାଜ୍ୟର ନୂଆ ଶାସନ ସଚିବ । ଏବେ ମୁଖ୍ୟ ଶାସନ ସଚିବ ଥିବା ପ୍ରଦୀପ ଜେନାଙ୍କୁ ଆସନ୍ତା ୩୦ ତାରିଖରେ ଅବସର ଲାଗି ସରକାର ଅନୁମତି ଦେଇଛନ୍ତି । ମନୋଜ ଆହୁଜା ହେବାକୁ ଯାଉଛନ୍ତି ରାଜ୍ୟର ୪୫ତମ ମୁଖ୍ୟ ଶାସନ ସଚିବ । ମନୋଜ ଆହୁଜା ହେଉଛନ୍ତି ୧୯୯୦ କ୍ୟାଡର ଆଇଏଏସ୍ ଅଧିକାରୀ । ସେ ଖୋର୍ଦ୍ଧାର ଜିଲ୍ଲାପାଳ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ । ୨୦୧୦ ମସିହାରେ ଖଣି ଓ ଇସ୍ପାତ ବିଭାଗର ସଚିବ, ୨୦୧୨ ଯୁବ ଓ କ୍ରୀଡ଼ା ସଚିବ, ୨୦୧୫ରେ ସମବାୟ ସଚିବ ଭାବେ କାର୍ୟ୍ୟ କରିସାରିଛନ୍ତି ।

୨୦୧୭ ଡିସେମ୍ବରରେ ସେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ଏହାପରେ ସିବିଏସଇର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ୟ୍ୟ କରିଥିଲେ । ଏମିତି କି, ନିକଟରେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ୟ୍ୟ କରୁଥିଲେ । ବିଭିନ୍ନ ବିଭାଗର ସଚିବ ଭାବେ କାର୍ୟ୍ୟ କରିବା ସହ ମନୋଜ ଆହୁଜାଙ୍କର ପ୍ରଶାସନିକ କ୍ଷେତ୍ରରେ ଦୀର୍ଘ ବର୍ଷର ଅଭିଜ୍ଞତା ରହିଛି । ମନୋଜଙ୍କୁ ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ଭାବେ ରାଜ୍ୟ ସରକାର ନିଯୁକ୍ତି ଦେଇଥିବା ବେଳେ ପ୍ରଦୀପ ଜେନା ଜୁନ ୩୦ ତାରିଖରେ ଅବସର ନେଉଛନ୍ତି ବୋଲି ବିଜ୍ଞପ୍ତି ପ୍ରକାଶ ପାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ