Masthead

ଉପାନ୍ତ ଅଞ୍ଚଳରେ ଲୋକଙ୍କ ସମସ୍ୟା ବୁଝିଲେ ବିଧାୟକ ଅଧିରାଜ

ନୂଆପଡ଼ା (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ ଉପାନ୍ତ ଅଞ୍ଚଳ ପରିଦର୍ଶନ କରି ଖଡ଼ିଆଳ ବିଧାୟକ ଅଧିରାକ ପାଣିଗ୍ରାହି ଲୋକଙ୍କ ବିଭିନ୍ନ ଅଭିଯୋଗ ଶୁଣିଛନ୍ତି । ନଙ୍ଗଲ ବୋଡ ଓ ଘାଟାମାଲ ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମ ବୁଲି ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ଉଦନ୍ତୀ ନଦୀରେ ବର୍ଷା ଜଳ ପ୍ରବାହିତ ହେଉ ଥିବା ବେଳେ ଗାମୁଛା ପିନ୍ଧି ନଦୀ ପାର ହୋଇ ଲୋକଙ୍କ ପାଖକୁ ପହଞ୍ଚି ଥିଲେ । ଆଦିବାସୀ ଅଧ୍ୟୁଷିତ ମାଓ ପ୍ରବଣ ଘାଟମାଲ ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଚିତାରମାକୁ ପହଞ୍ଚି ବିଧାୟକ ଶ୍ରୀ ପାଣିଗ୍ରାହି ସେଠାରେ ଏକ ଅଭିଯୋଗ ଶୁଣାଣୀ ଶିବିର ଆୟୋଜନ କରି ଅଞ୍ଚଳର ଲୋକଙ୍କ ସମସ୍ୟା ବୁଝିଛନ୍ତି । ଦୀର୍ଘ ଦିନରୁ ଏଠାରେ ଲାଗି ରହିଥିବା ପାନୀୟ ଜଳ ସମସ୍ୟା ସମ୍ପର୍କରେ ଲୋକ ମାନେ ବିଧାୟକଙ୍କ ଦୃଷ୍ଟି ଆକର୍ଷଣ କରିବା ସହିତ ଉଦନ୍ତୀ ନଦୀରେ ଏକ ସେତୁ ନିର୍ମାଣ ପାଇଁ ଦାବୀ କରିଥଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ