Masthead

UGC-NET ପାଇଁ ବିଜ୍ଞପ୍ତି ପ୍ରକାଶ, ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ହେବ ପରୀକ୍ଷା

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୟୁଜିସି-ନେଟ ପରୀକ୍ଷା ପାଇଁ ପୁଣିଥରେ ବିଜ୍ଞପ୍ତି ପ୍ରକାଶ ପାଇଛି । ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଅନଲାଇନ ପରୀକ୍ଷା କରାଯିବ । ଗତ ୧୮ ତାରିଖରେ ହୋଇଥିବା ୟୁଜିସି ନେଟ ପରୀକ୍ଷା ପେପର ଲିକ ନେଇ ସଙ୍କେତ ମିଳିବା ପରେ ନେଟ ପକ୍ଷରୁ ପରୀକ୍ଷା ରଦ୍ଦ କରାଯାଇଥିଲା । ଏଥିରେ ତିନୋଟି ପରୀକ୍ଷା ହେବା ନେଇ ଘୋଷଣା କରାଯାଇଛି । ଏନସିଇଟି, ଜଏଣ୍ଟ CSIR ୟୁଜିସି ନେଟ ଏବଂ ୟୁଜିସି ନେଟ୍, ପରୀକ୍ଷା ଅନଲାଇନ କରାଯିବ । ଏନସିଇଟି ପରୀକ୍ଷା ଜୁଲାଇ ୧୦ ତାରିଖରେ କରାଯିବ । ଜଏଣ୍ଟ CSIR ୟୁଜିସି ନେଟ ଜୁଲାଇ ୨୫ରୁ ୨୭ ତାରିଖ ମଧ୍ୟରେ କରାଯିବ । ସେହିପରି ୟୁଜିସି ନେଟ ୨୧ ଅଗଷ୍ଟରୁ ୪ ସେପ୍ଟେମ୍ବର ମଧ୍ୟରେ ଆୟୋଜନ କରାଯିବ । ପୂର୍ବରୁ ପରୀକ୍ଷାରେ ହୋଇଥିବା ପ୍ରଶ୍ନପତ୍ର ଲିକ୍ ଅଭିଯୋଗର ସିବିଆଇ ଯାଞ୍ଚ କରୁଛି । ସେପଟେ ନିଟ୍ ପେପର ଲିକ୍ ମାମଲାରେ ଦୁଇ ଅଭିଯୁକ୍ତ ଗିରଫ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା