Masthead

କିଛି ଗଡ଼ବଡ଼ ହୋଇଥିଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୁବଶୀଘ୍ର ଖୋଲିବ ରତ୍ନଭଣ୍ଡାର । ବିଜେପିର ସମ୍ବର୍ଦ୍ଧନା ଉତ୍ସବରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ରତ୍ନଭଣ୍ଡାର ନିଶ୍ଚିତ ଖୋଲାଯିବ । ଆଉ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥିବାର ପ୍ରମାଣ ମିଳେ, ତାହେଲେ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ । କ୍ଷମତାକୁ ଆସିବେ ରତ୍ନଭଣ୍ଡାର ଖୋଲିବାକୁ ବିଜେପି ନିଜ ନିର୍ବାଚନୀ ଇସ୍ତାହାରରେ ପ୍ରତିଶ୍ରୁତି ଦେଇଥିଲା । ଭୁବନେଶ଼୍ବରର ପ୍ରଦର୍ଶନୀ ପଡ଼ିଆରେ ଏହି ସମ଼୍ବର୍ଦ୍ଧନା ସଭା ହେଉଥିବା ବେଳେ ଏଥିରେ ସମସ୍ତ ଏମ୍‌ପି ଓ ବିଧାୟକ ଉପସ୍ଥିତ ଯୋଗ ଦେଇଥିଲେ ।

ବିଜେପିର ୨୦ ଏମ୍‌ପି ଏବଂ ୭୮ ଜଣ ବିଧାୟକ ସଭାରେ ଯୋଗଦେଇଥିବା ବେଳେ ମୁଖ୍ୟମନ୍ତ୍ରୀ, ଉପ-ମୁଖ୍ୟମନ୍ତ୍ରୀ, କେନ୍ଦ୍ର ମନ୍ତ୍ରୀ ଓ ପ୍ରମୁଖ ନେତୃବୃନ୍ଦ ଉପସ୍ଥିତ ରହିଛନ୍ତି ।ଏହି ସଭାରେ ନୂଆ ଓଡ଼ିଶା ଗଠନ କରିବାକୁ ଆହ଼୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ନିର୍ବାଚନରେ ବିଜୟ ଆମ ପାଇଁ ଐତିହାସିକ ବିଜୟ ବୋଲି ସେ କହିଛନ୍ତି । ଓଡ଼ିଆ ଅସ୍ମିତାକୁ ବଜାୟ ରଖିବାକୁ ଆମକୁ ସଂକଳ୍ପ ନେବାକୁ ପଡ଼ିବ । ଏକ ନୂଆ ଓଡ଼ିଶା ଗଠନ କରିବାକୁ ଆମମାନଙ୍କୁ ଦାୟିତ଼୍ବ ମିଳିଛି ବୋଲି ମୋହନ ମାଝୀ କହିଛନ୍ତି । ଏଥିସହିତ ମୁଖ୍ୟମନ୍ତ୍ରୀ ସମ଼୍ବର୍ଦ୍ଧନା ସଭାରେ ରତ୍ନ ଭଣ୍ଡାର ନିଶ୍ଚିତ ଖୋଲିବ ବୋଲି କହିଛନ୍ତି । ଖୁବ୍‌ ଶୀଘ୍ର ରତ୍ନଭଣ୍ଡାର ଖୋଲିବ ଏବଂ ଗଣତି ହେବ । ଯଦି କିଛି ଗଡ଼ବଡ଼ ହୋଇଥାଏ ତେବେ ଦୋଷୀ ପାତାଳରେ ଥିଲେ ବି ଖୋଜି ବାହାର କରାଯିବ ଏବଂ ଦଣ୍ଡ ବିଧାନ କରାଯିବ ବୋଲି ସେ କହିଛନ୍ତି । ଏଥିସହିତ ସେପ୍ଟେମ଼୍ବର ୧୭ରେ ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରାଯିବ ବୋଲି ସେ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 ପାଣି ଘେରରେ ଭୋଗରାଇ ବ୍ଳକର ୧୫ଟି ପଞ୍ଚାୟତର ୩୦ ଗାଁ 🔴 ଆଜିଠୁ ବାହୁଡ଼ା ପ୍ରସ୍ତୁତି, ଦକ୍ଷିଣ ମୋଡ଼ ନେବ ୩ ରଥ