Masthead

ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କଲେ ମନୋଜ ଆହୁଜା । ଲୋକସେବା ଭବନରେ ଦାୟିତ୍ୱ ନେଲେ ମନୋଜ ଆହୁଜା । ବିଦାୟୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ ଠାରୁ ଦାୟିତ୍ୱ ନେଲେ । ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇଏଏସକ ଅଫିସର୍ ମନୋଜ ଆହୁଜା । ମନୋଜ ଆହୁଜା ଓଡ଼ିଶାରେ ଉପଜିଲ୍ଲାପାଳ ଭାବେ କାର୍ୟ୍ୟ ଆରମ୍ଭ କରିଥିଲେ। ଓଡ଼ିଶା ସରକାରଙ୍କ ସମବାୟ, ଖଣି ଓ ଇସ୍ପାତ, କ୍ରୀଡ଼ା ଓ ଯୁବ ବ୍ୟାପାର ଏବଂ ଖାଦ୍ୟ ଓ ଖାଉଟି କଲ୍ୟାଣ ବିଭାଗର ସଚିବ ଭାବେ ସେ ଦାୟିତ୍ୱ ନିର୍ବାହ କରିଛନ୍ତି। ବାଣିଜ୍ୟ କର କମିଶନର ଭାବେ ନିଜର ଦକ୍ଷତା ପ୍ରତିପାଦନ କରିଛନ୍ତି।

ହରିୟାଣାରେ ଜନ୍ମିତ ମନୋଜଙ୍କ ସ୍ୱଚ୍ଛତା ଓ ସାଧୁତା ପାଇଁ ବେଶ୍ ସୁପରିଚିତ। ୨୦୧୭ରେ ଡେପୁଟେଶନରେ କେନ୍ଦ୍ରକୁ ଯାଇଥିବା ଓଡ଼ିଶା କ୍ୟାଡରର ଏହି ଅଧିକାରୀ ଭାରତୀୟ ପ୍ରଶାସନିକ ସେବାକୁ ଆସୁଥିବା ଶିକ୍ଷା ନବୀଶଙ୍କୁ ଜନ ପ୍ରଶାସନ ସହ କିପରି ଯୋଡ଼ି ହେବା ତାହାର ନେତୃତ୍ୱ ନେଇଥିଲେ। ମନୋଜ ଓଡ଼ିଶା ‌ଫେରିବା ପୂର୍ବରୁ କେନ୍ଦ୍ର କୃଷି ମନ୍ତ୍ରଣାଳୟ ସଚିବ ଭାବେ କାର୍ୟ୍ୟ କରିଛନ୍ତି। ତାଙ୍କୁ ଓଡ଼ିଶା ଫେରାଇ ଆଣିବା ପାଇଁ ରାଜ୍ୟ ସରକାର କରିଥିବା ଅନୁରୋଧକୁ କେନ୍ଦ୍ର ସରକାର ଗ୍ରହଣ କରିଥିଲେ। ଗତ ୨୫ ତାରିଖରେ କ୍ୟାବିନେଟ୍‌ର ନିଯୁକ୍ତି ସଂକ୍ରାନ୍ତୀୟ କମିଟି ତାଙ୍କୁ ଓଡ଼ିଶା ଫେରିବା ପାଇଁ ଅନୁମତି ଦେଇଥିଲା। ଏଥିସହିତ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ମନୋଜ ଆସନ୍ତା ‌ଡିସେମ୍ବରରେ ଅବସର ନେବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ