Masthead

ଆଜିଠାରୁ ଦେଶରେ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଆଜିଠୁ ଲାଗୁ ହେଲା ୩ ନୂଆ ଅପରାଧିକ ଆଇନ ବ୍ୟବସ୍ଥା । ଏହି ତିନୋଟି ନୂତନ ନିୟମ କାର୍ୟ୍ୟକାରୀ ହେବା ସହିତ ଭାରତର ଅପରାଧିକ ନ୍ୟାୟ ବ୍ୟବସ୍ଥାରେ ଅନେକ ପରିବର୍ତ୍ତନ ଆଶା କରାଯାଉଛି। ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ । ଏହି ୩ଟି ନୂଆ ଆପରାଧିକ ଆଇନ ସମଗ୍ର ଦେଶରେ ଲାଗୁ ହୋଇଛି । ଏହି ଆଇନଗୁଡ଼ିକ ଯଥାକ୍ରମେ ଉପନିବେଶକାଳୀନ ଭାରତୀୟ ପିଙ୍ଗଳ କୋଡ୍‌ (ଆଇପିସି), କୋଡ୍‌ ଅଫ୍‌ କ୍ରିମିନାଲ ପ୍ରୋସିଜର (ସିସିପି) ଏବଂ ଭାରତୀୟ ପ୍ରମାଣ ଆଇନ (ଆଇଇଏ)ର ସ୍ଥାନ ନେବ। ନୂଆ ଆଇନରେ ଆଧୁନିକ ନ୍ୟାୟ ବ୍ୟବସ୍ଥା ଅଣାଯାଇଥିବା ବେଳେ ଏହାକୁ ପ୍ରଥମେ ନାଗରିକ, ପ୍ରଥମେ ସମ୍ମାନ ଓ ପ୍ରଥମେ ନ୍ୟାୟ ଭାବନାରେ ପ୍ରସ୍ତୁତ କରାଯାଇଛି । ଯେଉଁଥିରେ ଜିରୋ ଏଫଆଇଆର, ପୁଲିସ ଅଭିଯୋଗର ଅନଲାଇନ ପଂଜୀକରଣ, ଏସଏମଏସ ଭଳି ବୈଦୁତିକ ମାଧ୍ୟମରେ ସମନ ଏବଂ ସମସ୍ତ ଅପରାଧ ପାଇଁ ଅପରାଧ ଦୃଶ୍ୟର ବାଧ୍ୟତାମୂଳକ ଭିଡ଼ିଓଗ୍ରାଫି ଭଳି ବ୍ୟବସ୍ଥା ଅନ୍ତର୍ଭୁକ୍ତ କରାଯାଇଛି ।

ଏହି ଆଇନ ବ୍ୟବସ୍ଥାରେ ପ୍ରତ୍ୟେକ ପୀଡିତଙ୍କୁ ସୁନିଶ୍ଚିତ ନ୍ୟାୟ. ମହିଳା ଓ ଶିଶୁ ସୁରକ୍ଷାକୁ ପ୍ରାଧାନ୍ୟ, ତ୍ୱରିତ ନ୍ୟାୟ ପାଇଁ ସଠିକ ସମୟରେ ମାମଲାର ବିଚାର ଏବଂ ଡିଜିଟାଲ ପ୍ରମାଣ ଉପରେ ଗୁରୁତ୍ୱାରୋପ କରାଯାଇଛି । ଦେଶରେ ଏହି ୩ଟି ନୂଆ ଅପରାଧିକ ଆଇନ ଲାଗୁ ହେବା ସହିତ ନ୍ୟାୟ ବ୍ୟବସ୍ଥାରେ ଏକ ବଡ଼ ପରିବର୍ତନ ଆସିଥିବା ଆଇନ ବିଶାରଦ ମାନେ ମତ ଦେଇଛନ୍ତି । ସମାଜରେ ଘଟୁଥିବା ବିଭିନ୍ନ ପ୍ରକାର ଅପରାଧକୁ ରୋକିବାରେ ଏହି ୩ଟି ନୂଆ ଆଇନ ସହାୟକ ହେବାନେଇ ଦେଶବାସୀ ଆଶା ରଖିଛନ୍ତି । ୨୦୨୩ ମସିହା ଡିସେମ୍ବର ୨୧ରେ ଏହି ୩ଟି ବିଲ୍ ସଂସଦରେ ଗୃହୀତ ହେବାପରେ ଡିସେମ୍ବର ୨୬ରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅନୁମୋଦନ କ୍ରମେ ଆଇନରେ ପରିଣତ ହୋଇଥିଲା, ଯାହା ଆଜିଠୁ ଦେଶରେ ଲାଗୁ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ