Masthead

ଆଜିଠୁ ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଭିଯୋଗ ଶୁଣାଣି ଶିବିର । ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବ ଶିବିର । ଏଥିପାଇଁ ସମସ୍ତ ପ୍ରସ୍ତୁତି ସରିଛି। ଅଭିଯୋଗ ଶୁଣାଣି ପାଇଁ ସକାଳ ୯ଟାରୁ ଦିନ ୧୨ଟା ମଧ୍ୟରେ ପଞ୍ଜୀକରଣ କରିବାକୁ ପଡିବ। ଆଗ୍ରହୀ ବ୍ୟକ୍ତି ସେଠାରେ ଉପସ୍ଥିତ ରହି ନିଜ ପଞ୍ଜୀକରଣ କରାଇ ପାରିବେ।

ଦିବ୍ୟାଙ୍ଗ, ମହିଳା ଓ ବୟସ୍କଙ୍କ ପାଇଁ ଶିବିରରେ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି। ଅଭିଯୋଗ ପ୍ରକୋଷ୍ଠ ବାହାରେ ବ୍ୟାରିକେଡ ପ୍ରସ୍ତୁତ କରାଯାଇଥିବା ବେଳେ ଏହିବାଟେ ଧାଡ଼ିରେ ଆସି ମୁଖ୍ୟମନ୍ତ୍ରୀଙ୍କୁ ସମସ୍ୟା ଜଣାଇବେ ଜନସାଧାରଣ । ଦୂରଦୂରାନ୍ତରୁ ଆସୁଥିବା ଜନସାଧାରଣଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ପାନୀୟ ଜଳ ଓ ଅନ୍ୟାନ୍ୟ ବ୍ୟବସ୍ଥା ମଧ୍ୟ କରାଯାଇଛି । ପ୍ରାୟ ବର୍ଷକ ପରେ ଆରମ୍ଭ ହେଉଛି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଲୋକଙ୍କ ସବୁ ପ୍ରକାର ସମସ୍ୟାର ସମାଧାନ କରାଯିବ ବୋଲି ସୂଚନା ଦେଇଛନ୍ତି ସାଧାରଣ ପ୍ରଶାସନ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ଆଜି ମହାପ୍ରଭୁଙ୍କ ଘଣା ଓ ଖଳି ପ୍ରସାଦ ଲାଗି ନୀତି 🔴 ୨୭ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ