ଆଜି ଶ୍ରୀଜିଉଙ୍କର ଚକାବିଜେ ନୀତି: ଶୀବିଗ୍ରହଙ୍କୁ ଦିଆଯିବ ଦଶମୂଳ ମୋଦକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଅଣସର ଦଶମୀ । ଜ୍ବରରୁ ସାମାନ୍ୟ ସୁସ୍ଥ ହୋଇଥିବାରୁ ଆଜି ଦଶମୀ ତିଥୀରେ ଶ୍ରୀଜୀଉ ମାନଙ୍କର ଚକାବିଜେ ନୀତି ଅନୁଷ୍ଠିତ ହେବ । ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ । ଜ୍ୱରରୁ ସମ୍ପୂର୍ଣ୍ଣ ଉପଷମ ପାଇଁ ଶ୍ରୀବୈଦ୍ୟଙ୍କ ଦ୍ୱାରା ପାରମ୍ପରିକ ଶୈଳୀରେ ପ୍ରସ୍ତୁତ ଦଶମୂଳ ମୋଦକ ଶୀବିଗ୍ରହଙ୍କୁ ପ୍ରଦାନ କରାଯିବ ।

ଏହା ବିଭିନ୍ନ ଚେରମୂଳିରେ ଦଶମୂଳାରିଷ୍ଟ ପ୍ରସ୍ତୁକ କରାଯାଇଛି । ସ୍ନାନ ପୂର୍ଣ୍ଣିମାଠାରୁ ଅତ୍ୟଧିକ ଜ୍ୱରରେ ପୀଡିତ ହେବା ପରେ ଶ୍ରୀମନ୍ଦିର ଚନ୍ଦନ ଅର୍ଗଳ ନିକଟସ୍ଥ ଅଣସର ତାଟିରେ ଉଦ୍ଧାର ମଧ୍ୟରେ ଜାରି ରିହିଛି ଶୀବିଗ୍ରହ ଗୁପ୍ତ ସେବା ।ଏହି ଅବସରରେ ପାରମ୍ପରିକ ଭାବେ ରାଜବୈଦ୍ୟଙ୍କ ଘରେ ବିଭିନ୍ନ ଚେରମୂଳି ମିଶାଇ ଏକ ଔଷଧ ପ୍ରସ୍ତୁତ କରାଯାଇଛି । ମାନ୍ୟତା ରହିଛି ଏକାଦଶୀ ତିଥିରେ ଦଶମୂଳ ଔଷଧ ଲାଗି କରାଗଲେ ସମ୍ପୁର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ