Masthead

ଆଜି ଶ୍ରୀଜିଉଙ୍କର ଚକାବିଜେ ନୀତି: ଶୀବିଗ୍ରହଙ୍କୁ ଦିଆଯିବ ଦଶମୂଳ ମୋଦକ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଅଣସର ଦଶମୀ । ଜ୍ବରରୁ ସାମାନ୍ୟ ସୁସ୍ଥ ହୋଇଥିବାରୁ ଆଜି ଦଶମୀ ତିଥୀରେ ଶ୍ରୀଜୀଉ ମାନଙ୍କର ଚକାବିଜେ ନୀତି ଅନୁଷ୍ଠିତ ହେବ । ଶୟନ ଅବସ୍ଥାରୁ ଉଠି ଚକା ଉପରେ ବିଜେ କରିବେ ମହାପ୍ରଭୁ । ଜ୍ୱରରୁ ସମ୍ପୂର୍ଣ୍ଣ ଉପଷମ ପାଇଁ ଶ୍ରୀବୈଦ୍ୟଙ୍କ ଦ୍ୱାରା ପାରମ୍ପରିକ ଶୈଳୀରେ ପ୍ରସ୍ତୁତ ଦଶମୂଳ ମୋଦକ ଶୀବିଗ୍ରହଙ୍କୁ ପ୍ରଦାନ କରାଯିବ ।

ଏହା ବିଭିନ୍ନ ଚେରମୂଳିରେ ଦଶମୂଳାରିଷ୍ଟ ପ୍ରସ୍ତୁକ କରାଯାଇଛି । ସ୍ନାନ ପୂର୍ଣ୍ଣିମାଠାରୁ ଅତ୍ୟଧିକ ଜ୍ୱରରେ ପୀଡିତ ହେବା ପରେ ଶ୍ରୀମନ୍ଦିର ଚନ୍ଦନ ଅର୍ଗଳ ନିକଟସ୍ଥ ଅଣସର ତାଟିରେ ଉଦ୍ଧାର ମଧ୍ୟରେ ଜାରି ରିହିଛି ଶୀବିଗ୍ରହ ଗୁପ୍ତ ସେବା ।ଏହି ଅବସରରେ ପାରମ୍ପରିକ ଭାବେ ରାଜବୈଦ୍ୟଙ୍କ ଘରେ ବିଭିନ୍ନ ଚେରମୂଳି ମିଶାଇ ଏକ ଔଷଧ ପ୍ରସ୍ତୁତ କରାଯାଇଛି । ମାନ୍ୟତା ରହିଛି ଏକାଦଶୀ ତିଥିରେ ଦଶମୂଳ ଔଷଧ ଲାଗି କରାଗଲେ ସମ୍ପୁର୍ଣ୍ଣ ସୁସ୍ଥ ହେବେ ମହାପ୍ରଭୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ