ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ

ପୁରୀ (ବଡ଼ ଖବର ବ୍ୟୁରୋ): ଆଉ ଦିନ କେଇଟା ପରେ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା । ସେଥିଲାଗି ଜୋରସୋରରେ ଲାଗି ପଡ଼ିଛି ପ୍ରଶାସନ । ରଥଯାତ୍ରା ପାଇଁ ବ୍ୟାପକ ପ୍ରସ୍ତୁତି ଚାଲିଥିବା ବେଳେ ଘନ ଘନ ସମୀକ୍ଷା ବୈଠକ ଅନୁଷ୍ଠିତ ହେଉଛି। ଚଳିତ ରଥ ଯାତ୍ରା ସମୟରେ ବ୍ଲାଙ୍କେଟ୍ ସୁରକ୍ଷାରେ ରହିବ ଶ୍ରୀକ୍ଷେତ୍ର। ରଥଯାତ୍ରା ସୁରକ୍ଷାର ସମୀକ୍ଷା କରି ଏପରି କହିଛନ୍ତି ପୁଲିସ ଡିଜି ଅରୁଣ ଷଡ଼ଙ୍ଗୀ। ଏଥର ରଥଯାତ୍ରାରେ ମୁତୟନ ହେବେ ୧୮୦ ପ୍ଲାଟୁନ ପୁଲିସ ଫୋର୍ସ। ଏନେଇ ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ପୁଲିସ ଡିଜି । ବ୍ଲାଙ୍କେଟ୍ ସୁରକ୍ଷା ବ୍ୟବସ୍ଥାରେ ୪ ଜଣ ଅତିରିକ୍ତ ଡିଜି, ୬ ଆଇଜି ଏବଂ ଡିଆଇଜି ପାହ୍ୟା ଅଧିକାରୀ ରହିବେ।

ଏଥିସହ ୧୯ ଏସପି ବା କମାଣ୍ଡାଣ୍ଟ ପାହ୍ୟା, ୩୩ ଜଣ ଅତିରିକ୍ତ ଝଚ ବା ଡେପୁଟି କମାଣ୍ଡାଣ୍ଟ ପାହ୍ୟା, ୭୫ ଜଣ ଡିଏସପି ବା କମାଣ୍ଡର ପାହ୍ୟା, ୧୩୦ ଇନ୍ସପେକ୍ଟର, ୬୭୫ ଏସଆଇ ଓ ଏଏସଆଇ ପାହ୍ୟା ଅଧିକାରୀ ସୁରକ୍ଷା ଦାୟିତ୍ୱରେ ରହିବେ। ୩ ପ୍ଲାଟୁନ ଓଏସଏଏଫ ମୁତୟନ କରାଯିବା ସହିତ ୫ କଂପାନୀ ରାପିଡ୍ ଆକ୍ସନ ଫୋର୍ସ ପାଇଁ କେନ୍ଦ୍ରକୁ ଆବେଦନ କରାଯାଇଛି। ଡ୍ରୋନ ସାହାଯ୍ୟରେ ପାର୍କିଂ ସ୍ଥାନର ଅନୁଧ୍ୟାନ କରାଯିବ ଓ ସୋଶାଲ ମିଡିଆରେ ପାର୍କିଂ ଅଞ୍ଚଳର ସ୍ଥିତି ବିଷୟରେ ଲାଇଭ୍ ସୂଚନା ଦିଆଯିବ ବୋଲି କହିଛନ୍ତି ଡିଜିପି। ଏଥିସହ ରାଷ୍ଟ୍ରପତି ଓ ବିଶିଷ୍ଟ ଅତିଥିଙ୍କ ପାଇଁ ସ୍ୱତନ୍ତ୍ର ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’