Masthead

ବିଜୁଳି ଘଡ଼ଘଡ଼ି ନେଇ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲଘୁଚାପ ଦୁର୍ବଳ ହେବା ପରେ ବି ରାଜ୍ୟରେ ବଢ଼ିବ ବର୍ଷା । ଉପକୂଳରୁ ଉତ୍ତର, ଦକ୍ଷିଣରୁ ପଶ୍ଚିମ ସବୁଠି ଜାରି ରହିବ ବର୍ଷା। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଯୋଗୁ ରାଜ୍ୟରେ ଗତ ୩ଦିନ ହେବ ବର୍ଷା ଲାଗି ରହିଥିଲା। ଆଜି କାଳବୈଶାଖୀ ନେଇ ବିଭିନ୍ନ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ଆଜି ପ୍ରବଳ ବର୍ଷା ନେଇ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଓ ଜଗତସିଂହପୁର ଆଦି ୧୧ ଜିଲାକୁ ଝଡ଼ବର୍ଷା ସହିତ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସୋମବାର ଜଗତ୍‌ସିଂହପୁରରେ ସର୍ବାଧିକ ୨୦.୧ ମିମି ବର୍ଷା ହୋଇଥିବା ବେଳେ ଭୁବନେଶ୍ୱରରେ ୧୧.୨, ସମ୍ବଲପୁରରେ ୧୧.୨, ପାରାଦୀପ ୮.୮, ସୁନ୍ଦରଗଡ଼ ୪.୬, ରାୟଗଡ଼ା ୫.୨, ରାଉରକେଲାରେ ୪.୩, ଖୋର୍ଦ୍ଧାରେ ୪ମିମି ବର୍ଷା ହୋଇଛି।ଆଗାମୀ ୫ ଦିନ ଯାଏଁ ଏପରି ସମାନ ସ୍ଥିତି ରହିପାରେ। ତେବେ ମୌସୁମୀ ସିଜିନରେ ୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୪ ଜିଲ୍ଲାରେ ରେକର୍ଡ ହୋଇଛି ନିଅଣ୍ଟିଆ ବର୍ଷା । ଜୁନ ମାସରେ ୪୧ ପ୍ରତିଶତ କମ୍ ବର୍ଷା ହୋଇଛି । ଜୁନ୍ ୧ରୁ ଏବେ ସୁଦ୍ଧା ରାଜ୍ୟରେ ସ୍ୱାଭାବିକ ଠାରୁ ୩୯% କମ୍ ବର୍ଷା ହୋଇଛି । ୫ ଜିଲ୍ଲାରେ ସ୍ଥିତି ଅତି ଉତ୍କଟ ଏବଂ ୧୭ ଜିଲ୍ଲାରେ ୨୦ରୁ ୫୯% ନିଅଣ୍ଟିଆ ବର୍ଷା ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା