Masthead

ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କଲେ ମୁଖ୍ୟମନ୍ତ୍ରୀ

ପୁରୀ (ବଡ଼ ଖବର ବ୍ୟୁରୋ): ରଥଯାତ୍ରା ପାଇଁ ୨ ଦିନ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ରଥଯାତ୍ରା ୨ ଦିନ ପର୍ଯ୍ୟନ୍ତ ଚାଲିବାକୁ ଥିବାରୁ ଛୁଟି ଘୋଷଣା । ପୁରୀରେ ସମୀକ୍ଷା ବୈଠକରେ ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଛୁଟି ନେଇ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରିବାକୁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି ।

ସେପଟେ ରଥଯାତ୍ରା ପାଇଁ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ । ତ୍ରୁଟିଶୂନ୍ୟ ଭାବେ ରଥଯାତ୍ରା ସଂପନ୍ନ ପାଇଁ ସହଯୋଗ କାମନା କରିଛନ୍ତି । ସରକାରୀ ଅଧିକାରୀମାନଙ୍କୁ ମଧ୍ୟ ସ୍ବତନ୍ତ୍ର ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ । ମହାପ୍ରଭୁଙ୍କ ସେବାକୁ ଜୀବନର ବ୍ରତ ଭାବେ ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।

ପୁରୀ ଟାଉନ୍ ହଲରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ରଥଯାତ୍ରାକୁ ନେଇ ସ୍ବତନ୍ତ୍ର ସମୀକ୍ଷା କରିଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ସହ ଦୁଇ ଉପମୁଖ୍ୟମନ୍ତ୍ରୀ, ବିଭିନ୍ନ ବିଭାଗର ମନ୍ତ୍ରୀ, ଜିଲ୍ଲାର ସମସ୍ତ ବିଧାୟକ, ମୁଖ୍ୟ ଶାସନ ସଚିବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ଜିଲ୍ଲାପାଳ, ଏସପି, ସେବାୟତ ସମେତ ବିଭିନ୍ନ ବର୍ଗର ବ୍ୟକ୍ତି ବିଶେଷ ଏଥିରେ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ