Masthead

ହାଥରସ ଦଳାଚକଟା ଘଟଣା, ତଦନ୍ତ ଆରମ୍ଭ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେମିତି ଓ କେଉଁ ପରିସ୍ଥିତିରେ ଉତ୍ତରପ୍ରଦେଶ ହାଥରସ ଦଳଚକଟା ଘଟଣା ଘଟିଲା। ଏଥିପାଇଁ ଦାୟୀ କିଏ ? ଆରମ୍ଭ ହୋଇଛି ତଦନ୍ତ। ଆଜି ଘଟଣାସ୍ଥଳରେ ଫରେନସିକ୍ ଟିମ୍ ପହଞ୍ଚି ତଦନ୍ତ କରୁଛି। ସତସଙ୍ଗ ରେ ପ୍ରବଚନ ଦେଉଥିବା ଭୋଲେବାବାଙ୍କୁ ପୁଲିସ୍। ଉତ୍ତରପ୍ରଦେଶ ମଇନପୁରୀ ଜିଲ୍ଲାର ରାମକୁଟୀର ଚାରିଟେବୁଲ ଟ୍ରଷ୍ଟରେ ଯାଇ ତଦନ୍ତ ହେଉଛି। ରାତିତମାମ ପୁଲିସ୍ ଭୋଲେବାବାଙ୍କୁ ଖୋଜାଖୋଜି କରିଥିଲେ ମଧ୍ୟ ତାଙ୍କର କୌଣସି ପତ୍ତା ମିଳିନାହିଁ।

ହାଥରସରେ ଚାଲିଥିଲା ସତସଙ୍ଗ। ପ୍ରବଚନ ଦେଉଥିଲେ ଭୋଲେ ବାବା। ତାଙ୍କୁ ଶୁଣିବାକୁ ଯୋଗ ଦେଇଥିଲେ ହଜାର ହଜାର ସଂଖ୍ୟାରେ ଶ୍ରଦ୍ଧାଳୁ। ପୁରୁଷ, ମହିଳା, ଶିଶୁ ଓ ବୟସ୍କ। ଶ୍ରଦ୍ଧାଳୁଙ୍କ ଏତେ ଭିଡ଼ ଥିଲା ଯେ, ପାଦ ପକାଇବାକୁ ଜାଗା ନଥିଲା। ସେଥିରେ ଦଳାଚକଟା ଘଟି ୧୧୬ ଜଣ ପ୍ରାଣ ହରାଇଥିଲେ। ମୃତକଙ୍କ ମଧ୍ୟରେ ଅଧିକାଂଶ ମହିଳା ଓ ଶିଶୁ ଅଛନ୍ତି। ଆହତଙ୍କୁ ହାତ୍ରାସ ଓ ନିକଟସ୍ଥ ଇଟାହ୍‌ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆହତଙ୍କ ମଧ୍ୟରୁ କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ମୃତ୍ୟୁସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ଉପୁଜିଛି। ଦୁର୍ଘଟଣାର କାରଣ ଜଣାପଡିନଥିବାବେଳେ ଆୟୋଜକଙ୍କ ତ୍ରୁଟି ଦାୟୀ ବୋଲି କୁହାଯାଉଛି।

ତେବେ କିଏ ଏହି ଭୋଲେ ବାବା? ନାରାୟଣ ସାକାର ହରି ଓରଫ୍ ସାକାର ବିଶ୍ୱ ହରି ଓରଫ୍ ଭୋଲେ ବାବା। ସୂଚନା ଅନୁସାରେ, ଏହି ଆତ୍ମଘୋଷିତ ବାବା ପୂର୍ବରୁ ଗୁଇନ୍ଦା ବିଭାଗରେ କାର୍ଯ୍ୟ କରୁଥିବା ଦାବି କରନ୍ତି। ୨୬ ବର୍ଷ ତଳେ ଚାକିରି ଛାଡ଼ି ସେ ପ୍ରବଚନ ଦେବା ଆରମ୍ଭ କରିଥିଲେ। ଧୀରେ ଧୀରେ ଲୋକପ୍ରିୟତା ସହିତ ଶ୍ରୋତା, ଶ୍ରଦ୍ଧାଳୁ ଓ ଅନୁଗାମୀଙ୍କ ସଂଖ୍ୟା ବଢ଼ିବାରେ ଲାଗିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼