Masthead

‘ମୋ ବସ’ ହେବ ‘ଆମ ବସ’!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲକ୍ଷ୍ମୀ ବସ୍‌ର ନାଁ ଆଉ ରଙ୍ଗ ବଦଳିବା ପରେ ଏବେ ମୋ ବସ୍‌ର ନାଁ, ରଙ୍ଗ ବଦଳିବା ଖବର ଉପରେ ବଡ଼ ସୂଚନା ଦେଇଛନ୍ତି ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି, ମୋ ବସ୍‌ ନାଁ ଏବଂ ରଙ୍ଗ ବଦଳାଯିବା ନେଇ ଆଲୋଚନା ହେବ। ମୋ ବସ୍‌ ନାଁ ବଦଳି ଆମ ବସ୍‌ ହେଲେ ଭଲ ହେବ ବୋଲି ମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ‘ମୋ’ର ଅର୍ଥ ହେଉଛି ଅହଂ ଭାବ, ତେଣୁ ଆମେ ହେଲେ ଭଲ ହେବ ।

‘ମୋ’ ବସ ସେବା ଲୋକମାନଙ୍କୁ ସୁବିଧା ଯୋଗାଉଥିବା ବେଳେ ଏହା ଚାଲୁ ରହିବ । ଆବଶ୍ୟକ ପଡିଲେ ବସ୍ ସଂଖ୍ୟା ବଢାଯିବ ବୋଲି ବିଭାଗୀୟ ମନ୍ତ୍ରୀ କହିଛନ୍ତିା ଆଗକୁ ପ୍ରଧାନମନ୍ତ୍ରୀ ଇ-ବସ ଯୋଜନାରେ ଓଡ଼ିଶାକୁ ୪୦୦ ବସ୍ ଆସିବାକୁ ଥିବା ବେଳେ ଭୁବନେଶ୍ୱର, କଟକ ସମେତ ରାଜ୍ୟର ଅନ୍ୟାନ ସ୍ଥାନରେ ମଧ୍ୟ ଏହି ବସ୍ ଚଳାଚଳ କରିବା ଗୃହ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ବୁଧବାର ‘ମୋ ବସ’ରେ ଯାତ୍ରା କରି ସମୀକ୍ଷା କରିଛନ୍ତି। ଏହି ସମୟରେ ସେ କହିଛନ୍ତି, ବସ୍‌ ସେବା ଭଲ ଅଛି । ଟ୍ରାଫିକ୍‌ ସମସ୍ୟା, ଦୁର୍ଘଟଣା ଆଦି ପ୍ରସଙ୍ଗକୁ ଗୁରୁତ୍ୱ ସହ ନିଆଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼