Masthead

ଭାରତରେ ପହଞ୍ଚିଲେ ରୋହିତ ବାହିନୀ, ହେବ ଗ୍ରାଣ୍ଡ ସେଲିବ୍ରେସନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତ ଫେରିଲା ଟିମ୍ ଇଣ୍ଡିଆ। ଦିଲ୍ଲୀ ବିମାନ ବନ୍ଦରରେ ଆଜି ସକାଳେ ପହଞ୍ଚିଛି ଭାରତୀୟ କ୍ରିକେଟ୍ ଦଳ। ବିଶ୍ୱ ବିଜୟୀ ଟିମର ଗୋଟିଏ ଝଲକ ପାଇବା ପାଇଁ ଗତକାଲି ରାତିରୁ ବିମାନବନ୍ଦର ନିକଟରେ ଜମିଛି ଭିଡ଼। ବିମାନ ବନ୍ଦର ବାହାରେ ଶହ ଶହ ସଂଖ୍ୟାରେ ଫ୍ୟାନ୍ ଆସି ଅପେକ୍ଷା କରି ରହିଛନ୍ତି। ୱେଷ୍ଟଇଣ୍ଡିଜର ବାରବାଡୋସରେ ଘୂର୍ଣ୍ଣିଝଡ଼ ପରେ ଫସି ରହିଥିଲା ଭାରତୀୟ ଟିମ୍। ଏୟାର ଇଣ୍ଡିଆର ସ୍ୱତନ୍ତ୍ର ବିମାନରେ ଟିମ୍ ଇଣ୍ଡିଆ ଦିଲ୍ଲୀ ଆସି ପହଞ୍ଚିଛି। ଗତକାଲି ସନ୍ଧ୍ୟାରେ ବାର୍ବୋଡସର ବିମାନ ବନ୍ଦରରୁ ଏୟାର ଇଣ୍ଡିଆର ବୋଇଂ ୭୭୭ ବିମାନ ଟିମର ଖେଳାଳି, ସପପୋର୍ଟ ଟିମ୍ ଏବଂ ସାମ୍ବାଦିକମାନଙ୍କୁ ନେଇ ଭାରତ ଅଭିମୁଖେ ଉଡ଼ାଣ ଆରମ୍ଭ କରିଥିଲା। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ ଆଜି ସକାଳେ ଦିଲ୍ଲୀ ବିମାନବନ୍ଦରରେ ବିମାନ ଲ୍ୟାଣ୍ଡ କରିଛି।

ବିଶ୍ୱ ବିଜୟୀ ଦଳର ଖେଳାଳିମାନେ ଆଜି ପୂର୍ବାହ୍ନ ୧୧ଟାରେ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ବାସଭବନରେ ଭେଟିବେ। ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା ସାରି ସେଠାରୁ ଚାଟାର୍ଡ ବିମାନ ଯୋଗେ ମୁମ୍ବାଇ ଯିବେ। ଆଜି ସନ୍ଧ୍ୟାରେ ମୁମ୍ବାଇରେ ହେବ ଗ୍ରାଣ୍ଡ ସେଲିବ୍ରେସନ। ଖେଳାଳିମାନେ ମୁମ୍ବାଇ ବିମାନ ବନ୍ଦରରୁ ୱାଙ୍ଖଡେ ଷ୍ଟାଡିୟମରେ ପହଞ୍ଚିବେ। ସେଠାରେ ଏକ କିଲୋମିଟରର ବସ୍ ପ୍ୟାରେଡର କାର୍ୟ୍ୟକ୍ରମ ରହିଛି। ସେଠାରେ ଭବ୍ୟ ସ୍ୱାଗତ ପରେ ଅଧିନାୟକ ରୋହିତ ଶର୍ମା ବିସିସିଆଇ ସେକ୍ରେଟାରୀ ଜୟ ଶାହଙ୍କୁ ବିଶ୍ୱକପ୍ ହସ୍ତାନ୍ତର କରିବେ। ସେଠାରେ ସମସ୍ତ କାର୍ୟ୍ୟକ୍ରମ ସରିବା ପରେ ସନ୍ଧ୍ୟାରେ ଖେଳାଳିମାନେ ପ୍ରତ୍ୟାବର୍ତ୍ତନ କରିବେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ