Masthead

ଆଜିଠାରୁ ସଚିବାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସଚିବାଳୟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରସ୍ତୁତ । ଆଜିଠାରୁ ସଚିବାଳୟ ତୃତୀୟ ମହଲାରେ ଥିବା କାର୍ଯ୍ୟାଳୟରେ ବସିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମିଳିଥିବା ସୂଚନା ଅନୁସାରେ ସକଳେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ ପୂଜା କରାଯିବ । ସକାଳ ସାଢ଼େ ୯ଟାରେ କାର୍ୟ୍ୟାଳୟରେ ପହଞ୍ଚିବେ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ।ଆଜିଠାରୁ ନିୟମିତ ଭାବେ ସଚିବାଳୟର ତୃତୀୟ ମହଲାରୁ କାର୍ଯ୍ୟ କରିବେ ମୁଖ୍ୟମନ୍ତ୍ରୀ । ଗତ ଜୁନ୍ ୧୨ ତାରିଖରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଥିଲେ ମୋହନ ମାଝୀ ।

ଶପଥ ଗ୍ରହଣ ପରେ ତତ୍କାଳ ସେଇ ସନ୍ଧ୍ୟାରେ ହିଁ ସଚିବାଳୟରେ କ୍ୟାବିନେଟ ବୈଠକ କରିଥିଲେ ମୁଖ୍ୟମନ୍ତ୍ରୀ । ମାତ୍ର ସଚିବାଳୟରେ ତାଙ୍କ କାର୍ଯ୍ୟାଳୟ ପ୍ରସ୍ତୁତ ହୋଇନଥିବାରୁ ମୁଖ୍ୟମନ୍ତ୍ରୀ ରାଜ୍ୟ ଅତିଥି ଭବନରୁ ନିୟମିତ କାର୍ଯ୍ୟ ଚଳାଇଥିଲେ । ରାଜ୍ୟ ଅତିଥି ଭବନ ପାଲଟିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ । ସେଠାରେ ନିୟମିତ ବିଭିନ୍ନ ବୈଠକ କରୁଥିଲେ ମୁଖ୍ୟମନ୍ତ୍ରୀ । ପ୍ରତିଦିନ ଶହଶହ ଲୋକେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ସମସ୍ୟା ବି ଜଣାଉଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ