Masthead

ଉପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହେଲେ ଶ୍ରୀଜିଉ: ଆଜି ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟଦଶୀ ତିଥିରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ। ସୁଦ୍ଧ ସୁଆରଙ୍କ ଘରୁ ଖଳି ଶ୍ରୀମନ୍ଦିରକୁ ବିଜେ କରାଯିବ । ପରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକ ମାନେ ଖଳି ମହାପ୍ରସାଦ ଲାଗି ନୀତି ସମ୍ପନ୍ନ କରିବେ । ସେହିପରି ଦତ୍ତ ମହାପାତ୍ରଙ୍କ ଘରୁ ଆସିଥିବା ଖଡ଼ି ମହାପ୍ରଭୁଙ୍କୁ ଲାଗି କରାଯିବ । ଅଣସର ପିଣ୍ଡିରେ ଦଇତାପତି ଓ ପତିମହାପାତ୍ର ଏହି ଗୁପ୍ତ ସେବା ସମ୍ପାଦନ କରିବେ ।

ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀବିଗ୍ରହମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ । ଶ୍ରୀବିଗ୍ରହମାନଙ୍କ ଘଣା ଲାଗି ସମ୍ପନ୍ନ ହେବା ପରେ ଘଣ୍ଟ , ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି । ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ଘରର ମହିଳାମାନେ ବନ୍ଦାପନା କରିଥାନ୍ତି । ବିଜେ କାହାଳି ବାଜିବା ପରେ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ