Masthead

ଉପଚାର ପରେ ସମ୍ପୂର୍ଣ୍ଣ ସୁସ୍ଥ ହେଲେ ଶ୍ରୀଜିଉ: ଆଜି ମହାପ୍ରଭୁଙ୍କ ଘଣା ଏବଂ ଖଳି ପ୍ରସାଦ ଲାଗି ନୀତି

ପୁରୀ (ବଡ଼ ଖବର ବ୍ୟୁରୋ): ସୁସ୍ଥ ହୋଇଛନ୍ତି ମହାପ୍ରଭୁ। ଗଜପତି ମହାରାଜାଙ୍କୁ ଶ୍ରୀଜିଉଙ୍କ ସୁସ୍ଥ ହେବା ଖବର ଦିଆଯିବା ପରେ ରାଜପ୍ରାସାଦ ବିଜେ ସମ୍ପନ୍ନ ହୋଇଛି । ଆଜି ଆଷାଢ ମାସ କୃଷ୍ଣପକ୍ଷ ତ୍ରୟଦଶୀ ତିଥିରେ ଶ୍ରୀମନ୍ଦିର ପରମ୍ପରା ଅନୁଯାୟୀ ମହାପ୍ରଭୁଙ୍କ ଘଣାଲାଗି ନୀତି ଅନୁଷ୍ଠିତ ହେବ। ସୁଦ୍ଧ ସୁଆରଙ୍କ ଘରୁ ଖଳି ଶ୍ରୀମନ୍ଦିରକୁ ବିଜେ କରାଯିବ । ପରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ଦଇତାପତି ସେବକ ମାନେ ଖଳି ମହାପ୍ରସାଦ ଲାଗି ନୀତି ସମ୍ପନ୍ନ କରିବେ । ସେହିପରି ଦତ୍ତ ମହାପାତ୍ରଙ୍କ ଘରୁ ଆସିଥିବା ଖଡ଼ି ମହାପ୍ରଭୁଙ୍କୁ ଲାଗି କରାଯିବ । ଅଣସର ପିଣ୍ଡିରେ ଦଇତାପତି ଓ ପତିମହାପାତ୍ର ଏହି ଗୁପ୍ତ ସେବା ସମ୍ପାଦନ କରିବେ ।

ଅଣସର ଗୃହରେ ସମ୍ପୂର୍ଣ୍ଣ ଗୋପନୀୟ ଭାବେ ଶ୍ରୀବିଗ୍ରହମାନଙ୍କୁ ଘଣା ଲାଗି ପରେ ଖଳି ଲାଗି ଓ ତତ୍ପରେ ଖଡ଼ି ଲାଗି କରାଯିବ । ଶ୍ରୀବିଗ୍ରହମାନଙ୍କ ଘଣା ଲାଗି ସମ୍ପନ୍ନ ହେବା ପରେ ଘଣ୍ଟ , ଛତା, କାହାଳି ସହ ଖଳି ପ୍ରସାଦ ଶୁଦ୍ଧ ସୁଆରଙ୍କ ଘରଠାରୁ ଶ୍ରୀମନ୍ଦିରକୁ ବିଜେ କରାଯିବ । ଏହି ଖଳିକୁ ଶୁଦ୍ଧ ସୁଆରମାନେ ନିଜନିଜ ବାସଭବନରେ ଶୁଦ୍ଧପୁତ ଭାବେ ପ୍ରସ୍ତୁତ କରିଥାନ୍ତି । ଖଳିକୁ ଶୁଦ୍ଧ ସୁଆରଙ୍କ ବାସ ଭବନରେ ଖଳି ହାଣ୍ଡିକୁ ଘରର ମହିଳାମାନେ ବନ୍ଦାପନା କରିଥାନ୍ତି । ବିଜେ କାହାଳି ବାଜିବା ପରେ ସୁରକ୍ଷା ବଳୟ ଭିତରେ ପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ଖଳି ଶ୍ରୀମନ୍ଦିରକୁ ବିଜେ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ